ଦୈନିକ ସଂକ୍ରମଣ ଲକ୍ଷେ ଛୁଇଁବ

ନୂଆଦିଲ୍ଲୀ, ୧୮।୭: ଭାରତରେ ଅଗଷ୍ଟ ଶେଷ ବେଳକୁ କୋଭିଡ୍‌ ସଂକ୍ରମଣର ତୃତୀୟ ଲହର ଦେଖାଦେବ। ସେହି ସମୟରେ ଦୈନିକ ସଂକ୍ରମଣ ୧ ଲକ୍ଷ ଛୁଇଁବା ସମ୍ଭାବନା ରହିଛି ବୋଲି ଇଣ୍ଡିଆନ କାଉନ୍‌ସିଲ୍‌ ଅଫ୍‌ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର୍‌)ର ବରିଷ୍ଠ ବୈଜ୍ଞାନିକ ସୂଚନା ଦେଇଛନ୍ତି। ବର୍ତ୍ତମାନ ସ୍ଥିତିରେ ଯଦି ଭୂତାଣୁର ଅଧିକ ସଂକ୍ରାମକ ନୂଆ ରୂପ ସୃଷ୍ଟି ନ ହୁଏ ତେବେ ପ୍ରଥମ ଲହର ଭଳି ସ୍ଥିତି ରହିବ ବୋଲି ଆଇସିଏମ୍‌ଆର୍‌ରେ ମହାମାରୀ ଓ ସଂକ୍ରାମକ ରୋଗ ବିଭାଗ ମୁଖ୍ୟ ଥିବା ପ୍ରଫେସର ସମିରନ୍‌ ପଣ୍ଡା କହିଛନ୍ତି। ଯଦି ଭୂତାଣୁ ନୂଆ ରୂପ ନିଏ, ତେବେ ସ୍ଥିତି ଖରାପ ହୋଇପାରେ ବୋଲି ସେ ସତର୍କ କରାଇଛନ୍ତି। ଟିକାକରଣ ହାର କମ୍‌ ରହିବା ସହ କଟକଣା କୋହଳ କରାଗଲେ ସଂକ୍ରମଣ ବଢ଼ିବା ନେଇ ଆଇସିଏମ୍‌ଆର୍‌ ଏବଂ ଇମ୍ପେରିଆଲ କଲେଜ ଲଣ୍ଡନର ଗାଣିତିକ ମଡେଲ୍‌ରୁ ସୂଚନା ମିଳୁଛି। ତେବେ ଏହା ଦ୍ୱିତୀୟ ଲହର ଭଳି ଗୁରୁତର ହେବନାହିଁ ବୋଲି ଡ. ପଣ୍ଡା କହିଛନ୍ତି।
ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଶନିବାର ୩୮,୦୭୯କୁ ହ୍ରାସ ପାଇଛି। ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୧୦,୬୪,୯୦୮ରେ ପହଞ୍ଚତ୍ଛି। ସେହିପରି ଗତ ୨୪ ଘଣ୍ଟାରେ ୫୬୦ ଜଣଙ୍କ ମୃତ୍ୟୁ ଘଟିଛି।

 

ବିଶ୍ୱରେ ୧୮୮.୯ ନିୟୁତ ମାମଲା

 

ସାରା ବିଶ୍ୱରେ କୋଭିଡ୍‌-୧୯ ମାମଲା ସଂଖ୍ୟା ୧୮୮.୯ ନିୟୁତ ଅତିକ୍ରମ କରିଛି। ମୃତ୍ୟୁସଂଖ୍ୟା ୪୦.୭ ଲକ୍ଷ ଟପିଥିବାବେଳେ ବର୍ତ୍ତମାନ ସୁଦ୍ଧା ୩୫୬ କୋଟିରୁ ଊର୍ଦ୍ଧ୍ୱ ଟିକା ଦିଆଗଲାଣି। ଆମେରିକାରେ ସଂକ୍ରମଣ ସର୍ବାଧିକ ରହିଛି। ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୩୩,୪୦,୫୧,୦୨୩ ହୋଇଥିବାବେଳେ ୬,୦୮,୮୦୯ ଜଣଙ୍କ ମୃତ୍ୟୁ ଘଟିଛି। ସେଠାରେ ଟିକା ନେଇ ନ ଥିବା ଲୋକଙ୍କ ମଧ୍ୟରେ ସଂକ୍ରମଣ ପୁଣିଥରେ ବଢ଼ିବାରେ ଲାଗିଛି। ସେହିପରି ବ୍ରିଟେନରେ ମଧ୍ୟ ଦୈନିକ ସଂକ୍ରମଣ ୫୦ ହଜାର ଅତିକ୍ରମ କରିଛି। ୩,୧୦,୨୬,୮୨୯ ସଂକ୍ରମଣ ସହ ଭାରତ ଦ୍ୱିତୀୟ ସ୍ଥାନରେ ଥିବାବେଳେ ଏହା ପଛକୁ ବ୍ରାଜିଲ, ଫ୍ରାନ୍ସ, ରୁଷିଆ, ତୁର୍କୀ ଓ ବ୍ରିଟେନ ରହିଛି। ଅନ୍ୟପକ୍ଷରେ ମୃତ୍ୟୁସଂଖ୍ୟାରେ ବ୍ରାଜିଲ ଦ୍ୱିତୀୟ ସ୍ଥାନରେ ଅଛି। ସେଠାରେ ୫,୪୦,୩୯୮ ଜଣଙ୍କର କୋଭିଡ୍‌ରେ ମୃତ୍ୟୁ ହେଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?