୩୦ ତଳେ ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୩୧।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୨୨୫ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୦ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା ୨୮ରେ ପହଞ୍ଚିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧୫ ହଜାର ତଳେ ରହିଛି। ଏହା ୧୪ ହଜାର ୩୦୭ ରହିଛି।

ସେହିପରି ୨୪ ଘଣ୍ଟାରେ ୧ ହଜାର ୫୯୪ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୧୨୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୨୪ ହଜାର ୪୪୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୪ ଲକ୍ଷ ୮୯ ହଜାର ୪ ଜଣ ସୁସ୍ଥ ହୋଇ ସାରିଛନ୍ତି। ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୪୩୮ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଦିଲ୍ଲୀରେ ୧୨୩ ଏବଂ ମହାରାଷ୍ଟ୍ରରେ ୧୧୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୪ କୋଟି ୧୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୩୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୯ କୋଟି ୪୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

ବେଲଗଛରେ ଛୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri