୩୦ ତଳେ ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୨।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ହଜାର ତଳେ ରହିଛି। ଏହା ୨ ହଜାର ୮୨୭ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୦ ତଳେ ରହିଛି। ଏହା ୨୪ ହୋଇଛି। ୨ ଦିନ ତଳେ ଏହା ୧୦ ରହିଥିଲା।

ଏହି ସମୟରେ ସକ୍ରିୟ ମାମଲା ୨୦ ହଜାର ତଳେ ରହିଛି। ଏହା ୧୯ ହଜାର ୬୭ ରହିଛି। ସେହିପରି ୨୪ ଘଣ୍ଟାରେ ୩ ହଜାର ୨୩୦ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୧୮୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୧୩ ହଜାର ୪୧୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୭୦ ହଜାର ୧୬୫ ଜଣ ସୁସ୍ଥ ହୋଇ ସାରିଛନ୍ତି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୦ କୋଟି ୮୦ ଲକ୍ଷରୁ ଅଧିକ ଟପିଛି।

ସେଥିମଧ୍ୟରେ ୯୧ କୋଟି ୫୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୧ କୋଟି ୮୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।

ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ ୯୭୦ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କେରଳରେ ୪୮୯ ଜଣ, ହରିୟାଣାରେ ୩୮୩ ଜଣ, ମହାରାଷ୍ଟ୍ରରେ ୨୨୧ ଜଣ, ଉତ୍ତରପ୍ରଦେଶରେ ୧୬୯ ଜଣ, କର୍ନାଟକରେ ୧୬୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍‌ପି: ୮ ଏମ୍‌ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର

ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍‌ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର...

‘ଆପଣଙ୍କ ସହ ସାକ୍ଷାତ ପରେ ଲାଗିଲା ଯେମିତି ଭଗବାନଙ୍କ ଦର୍ଶନ ମିଳିଗଲା’, ଓମାନରେ ମୋଦିଙ୍କ ସହ ସାକ୍ଷାତ ପରେ…

ମସ୍କଟ,୧୮।୧୨: ବୁଧବାର ଓମାନର ମସ୍କଟରେ ଏକ ହୋଟେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ବାଗତ କରିଥିଲେ। ଶହ ଶହ ଲୋକ ଭାରତୀୟ...

ପ୍ରବଳ ବର୍ଷା, ତୁଷାରପାତ ସହ ଶୀତଳ ଲହରୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ…

ନୂଆଦିଲ୍ଲୀ,୧୮।୧୨: ସାରା ଦେଶରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି, ଏବଂ ଆଗାମୀ ୨୪ରୁ ୪୮ ଘଣ୍ଟା ଅନେକ ରାଜ୍ୟ ପାଇଁ ଚ୍ୟାଲେଞ୍ଜିଂ ସାବ୍ୟସ୍ତ ହୋଇପାରେ।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...

ଆରଏସଏସର ସାଧାରଣ ସମ୍ପାଦକ ଦତ୍ତାତ୍ରେୟଙ୍କ ବିବାଦୀୟ ବୟାନ, କହିଲେ ମୁସଲମାନ ନଦୀକୁ ପୂଜା କରନ୍ତୁ…

ନୂଆଦିଲ୍ଲୀ,୧୮।୧୨: ଡିସେମ୍ବର ୧୭, ୨୦୨୫ ରେ, ଗୋରଖପୁରର ଖୋରାବାରରେ ଥିବା ମାଲବ୍ୟ ନଗର ଶ୍ରୀରାମ ବସ୍ତି ଖେଳପଡ଼ିଆରେ ଏକ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ରାଷ୍ଟ୍ରୀୟ...

୫ ହଜାର ସ୍କୁଲରେ ନାହାନ୍ତି ପିଲା, ବିନା ଛାତ୍ରୀଛାତ୍ରରେ ୧.୪୪ ଲକ୍ଷ ଶିକ୍ଷକ ନେଉଛନ୍ତି ଦରମା

ନୂଆଦିଲ୍ଲୀ,୧୮ା୧୨(ପି.ଟି.): ଭାରତର ୫,୦୦୦ରୁ ଅଧିକ ସ୍କୁଲରେ ଜଣେ ହେଲେ ପିଲା ନାହାନ୍ତି। ସେଥିରୁ ୭୦ ପ୍ରତିଶତ ବିଦ୍ୟାଳୟ କେବଳ ତେଲଙ୍ଗାନା ଓ ପଶ୍ଚିମବଙ୍ଗରେ ରହିଛି। ସେହିପରି...

ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ପରଲୋକ

ମୁମ୍ୱାଇ,୧୮ା୧୨:ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ହେଉଥିଲା। ୧୯୬୪ରେ ଭାରତର ପ୍ରଥମ ଫେମିନା ମିସ୍‌ ଇଣ୍ଡିଆ ମୁକୁଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri