୩୦ ତଳେ ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୩୧।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୨୨୫ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୦ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା ୨୮ରେ ପହଞ୍ଚିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧୫ ହଜାର ତଳେ ରହିଛି। ଏହା ୧୪ ହଜାର ୩୦୭ ରହିଛି।

ସେହିପରି ୨୪ ଘଣ୍ଟାରେ ୧ ହଜାର ୫୯୪ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୧୨୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୨୪ ହଜାର ୪୪୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୪ ଲକ୍ଷ ୮୯ ହଜାର ୪ ଜଣ ସୁସ୍ଥ ହୋଇ ସାରିଛନ୍ତି। ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୪୩୮ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଦିଲ୍ଲୀରେ ୧୨୩ ଏବଂ ମହାରାଷ୍ଟ୍ରରେ ୧୧୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୪ କୋଟି ୧୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୩୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୯ କୋଟି ୪୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତଦେହ ସଂସ୍କାର ଗୃହରେ ଜନ୍ମଦିନ ପାଳନ କଲେ ଯୁବକ: କେକ୍‌ କାଟି ଖୁଆଇଲେ

ନାସିକ୍‌,୧୯।୧୧: ମହାରାଷ୍ଟ୍ର ନାସିକ୍‌ରେ ଜଣେ ଯୁବକ ମୃତଦେହ ସଂସ୍କାର ଗୃହରେ ସାଙ୍ଗମାନଙ୍କ ସହିତ ଜନ୍ମଦିନ ପାଳନ କରିଛନ୍ତି। ରାତି ୧୨ଟା ପରେ ସ୍ଥାନୀୟ ନିପାଦ୍‌ ଅଞ୍ଚଳର...

ବିଧାନସଭା ନିର୍ବାଚନ ପୂର୍ବରୁ ମମତାଙ୍କୁ ଆଉ ଏକ ଝଟ୍‌କା

କୋଲକାତା,୧୨ ।୨: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଶୁକ୍ରବାର ଲାଗିଛି ଆଉ ଏକ ଧକ୍କା । ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ନେତା ତଥା...

ହିଜାବ ବିବାଦ ମାମଲାରେ ରାୟ ପ୍ରଦାନ କରିଥିବା ୩ ବିଚାରପତିଙ୍କୁ ଓ୍ବାଇ ବର୍ଗର ସୁରକ୍ଷା

ବେଙ୍ଗାଲୁରୁ,୨୦।୩: କର୍ନାଟକ ହିଜାବ ବିବାଦ ମାମଲାରେ ରାୟ ପ୍ରଦାନ କରିଥିବା କର୍ଣ୍ଣାଟକ ହାଇକୋର୍ଟର ତିନିଜଣ ବିଚାରପତିଙ୍କୁ ଓ୍ବାଇ ବର୍ଗର ସୁରକ୍ଷା ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ବାସଭାରାଜ...

ମଦ ଦୁର୍ନୀତିର ଷ୍ଟିଙ୍ଗ୍‌ ଅପରେଶନ, ଦୁର୍ନୀତି ବିରୋଧରେ ଲଢ଼ିବାକୁ ଶପଥ ନେଇଥିବା ଏଏପି ହୋଇଛି ଦୁର୍ନୀତିଗ୍ରସ୍ତ…

ନୂଆଦିଲ୍ଲୀ, ୫।୯ : ଦିଲ୍ଲୀରେ ହୋଇଥିବା ମଦ ଦୁର୍ନୀତିକୁ ନେଇ ଆମ ଆଦମୀ ପାର୍ଟି (ଏଏପି) ସରକାରଙ୍କୁ ଟାର୍ଗେଟ କରି ଭାରତୀୟ ଜନତା ପାର୍ଟି ଏକ...

ରାଜ୍ୟରେ ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ୨ଦିନ ହେଲା ଦୈନିକ ସଂକ୍ରମଣ ହାର ବୃଦ୍ଧି ପାଇଛି। ବୁଧବାର...

ପୁଣି ରାଜ୍ୟରେ ୧୧ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୧ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୬ ରେ ପହଞ୍ଚିଥିବା...

ହାଇକୋର୍ଟରେ ଖାରଜ ହେଲା ଫକ୍ସ ଷ୍ଟୁଡିୟର ଆବେଦନ: ଓକିଲଙ୍କୁ ଦେବାକୁ ପଡ଼ିବ କ୍ରେଡିଟ୍‌

ନୂଆଦିଲ୍ଲୀ,୧୧।୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଛପାକ୍‌’ରେ ଏସିଡ୍‌ ଆଟାକ୍‌ ପୀଡ଼ିତାଙ୍କ ଓକିଲ ଅପର୍ଣ୍ଣା ଭଟ୍ଟଙ୍କୁ କ୍ରେଡିଟ୍‌ ଦେବା ମାମଲାରେ ହାଇକୋର୍ଟ ଶନିବାର...

ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଖସଡା ହେବ ପ୍ରସ୍ତୁତ

ନୂଆଦିଲ୍ଲୀ,୬।୯: ଲୋକ ସଭା ନିର୍ବାଚନକୁ ନେଇ ବିଭିନ୍ନ ରାଜନୈତିକ ଦଳ ଏବେଠାରୁ ଅଣ୍ଟା ଭିଡ଼ିଲେଣି। ଏହି ରେସ୍‌ରେ ଭାଜପା ମଧ୍ୟ ପଛରେ ନାହିଁ। ୨୦୨୪ ଲୋକ...

Advertisement
Archives

Model This Week