ଦୈନିକ ପଜିଟିଭ୍‌ ହାର ୦.୧୭ ପ୍ରତିଶତ…

ନୂଆଦିଲ୍ଲୀ, ୧।୧: ବର୍ଷର ପ୍ରଥମ ଦିନରେ ଦେଶରେ କରୋନା ସଂକ୍ରମଣ କମିବା ଖବର ମିଳିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ପ୍ରଥମ ଦିନରେ ଦେଶରେ ଖୁବ କମ କରୋନା ମାମଲା ପଞ୍ଜିକୃତ ହୋଇଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୭ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୫ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।

ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।

ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ୨ ଶହ ଉପରେ ରହିଛି। ଏହା ୨୬୫ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୨୨୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୨ ହଜାର ୭୦୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୬୫୩ ଥିଲା। ସେହିପରି ୨୪ ଘଣ୍ଟାରେ ୧୨୦୯ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୭୯ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୦୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୮ହଜାର ୬୪୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୫ ହଜାର ୨୩୮ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?