ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ୍‌…

ନୂଆଦିଲ୍ଲୀ, ୧୯।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି।
ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଭାରତରେ ସଂକ୍ରମଣ ହେବାର କୌଣସି ଆଶଙ୍କା ନ ଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ବଢ଼ି ୧୫୦ ତଳେ ରହିଛି। ଏହା ୧୩୪ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୩୮ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୧ ହଜାର ୯୬୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ହଜାର ୯୯୮ ଥିଲା। ସେହିପରି ୨୪ ଘଣ୍ଟାରେ ୧୭୦ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୭୩ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୨୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୧ ହଜାର ୫୦୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୮ ହଜାର ୮୧୫ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟର ନୂଆ ଅଧ୍ୟାୟ: ଦିଲ୍ଲୀ U-19 ଦଳର ଅଧିନାୟକ ହେଲେ ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ସ୍ଫୋରକ ଓପନର ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ଏକ ବଡ଼ ଦାୟିତ୍ୱ ମିଳିଛି।…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?