ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ…

ନୂଆଦିଲ୍ଲୀ, ୯।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ମାମଲା ବଢ଼ିଛି। ଲଗାତାର ଦୁଇ ଦିନ ଧରି ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ପରେ ପୁଣି କମିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୨ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।

ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ଶହ ତଳେ ରହିଛି। ଏହା ୧୭୦ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୬୧ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୨ ହଜାର ୩୭୧ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୪୨୩ ଥିଲା। ସେହିପରି ୨୪ ଘଣ୍ଟାରେ ୨୨୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨୪୭ ଥିଲା।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୨୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୦ ହଜାର ୯୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୭ ହଜାର ୨ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri