୬ ଶିକ୍ଷକଙ୍କ ଦିନକର ଦରମା ବନ୍ଦ

କେନ୍ଦୁଝର,୧୪ା୧୧(ସ୍ବ.ପ୍ର.): ବିଳମ୍ବରେ ସ୍କୁଲ ଆସିବାକୁ ନେଇ ୬ ଶିକ୍ଷକଙ୍କ ଦିନକର ଦରମା ବନ୍ଦ ହୋଇଛି। କେନ୍ଦୁଝର ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ ଶନିବାର ୨ ସ୍କୁଲ୍‌ ପରଦର୍ଶନ ସମୟରେ ଶିକ୍ଷକଙ୍କ ଅନୁପସ୍ଥିତି ଦେଖି ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଖବର ପ୍ରଚାର ପରେ ଆଦୌ ସ୍କୁଲ ଯାଉ ନ ଥିବା ଶିକ୍ଷକଙ୍କ ମଧ୍ୟରେ ଛନକା ପଶିଛି। ସୂଚନା ମୁତାବକ, ଜିଲାର ଅନେକ ବିଦ୍ୟାଳୟରେ ପ୍ରତିଦିନ ଶିକ୍ଷକମାନେ ବିଳମ୍ବରେ ଆସି ଶୀଘ୍ର ଘରକୁ ଯାଉଥିବା ନେଇ ଅଭିଯୋଗ ହୋଇ ଆସୁଥିଲା। ଏନେଇ ଶନିବାର ଜିଲା ଶିକ୍ଷା ଅଧିକାରୀ ଆନନ୍ଦପୁର ବ୍ଲକ୍‌ ଧକୋଠା ସରକାରୀ ହାଇସ୍କୁଲ ଏବଂ କୋଳିମାଟିସ୍ଥିତ ସ୍ବପ୍ନେଶ୍ୱର ଆଦିବାସୀ ହାଇସ୍କୁଲ ପରିଦର୍ଶନ କରିଥିଲେ। ସ୍କୁଲ୍‌ ସମୟ ସକାଳ ୬ଟା ୩୦ ହୋଇଥିଲେ ହେଁ ଧକୋଠା ସରକାରୀ ହାଇସ୍କୁଲର ଶିକ୍ଷୟିତ୍ରୀ ନିବେଦିତା ସାହୁ, ସୁଜାତା ଦଳେଇ ଏବଂ କୋଳିମାଟି ସ୍ବପ୍ନେଶ୍ୱର ଆଦିବାସୀ ହାଇସ୍କୁଲର ଶିକ୍ଷକ ତପନ ଚକ୍ର, ବିନୟ ଭୂଷଣ ମିଶ୍ର, ନିରଞ୍ଜନ ମିଶ୍ର, ଯୁଗଳ କିଶୋର ବାରିକ ଅନୁପସ୍ଥିତ ଥିଲେ। ଶିକ୍ଷାଧିକାରୀ ଦେଖିବା ପରେ ସମସ୍ତ ଶିକ୍ଷକଙ୍କ ଗୋଟିଏ ଦିନର ଦରମା ବନ୍ଦ ନିର୍ଦ୍ଦେଶ ଦେଇଥିଲେ। ଆଗାମୀ ଦିନରେ ଜିଲାର ଅନ୍ୟ ସମସ୍ତ ବିଦ୍ୟାଳୟରେ ଅଚାନକ ପରିଦର୍ଶନ କରାଯିବ ବୋଲି ସେଠୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri