ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ-ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ…

ନୂଆଦିଲ୍ଲୀ, ୧୬।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ଶହେ ଉପରେ ରହିଛି। ଏହା ୧୨୬ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୦୧ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧୮ ଶହ ଉପରେ ରହିଛି। ଏହା ୧ ହଜାର ୮୩୫ ରେ ପହଞ୍ଚିଛି। ଗୋଟିଏ ଦିନତଳେ ଏହା ୧ ହଜାର ୮୨୩ ଥିଲା। ସେହିପରି ୨୪ ଘଣ୍ଟାରେ ୧୧୩ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୯୪ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୫୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୪ ହଜାର ୫୦୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୧ ହଜାର ୯୧୦ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri