Posted inଜାତୀୟ

ଦୈନିକ ସଂକ୍ରମଣ ୨୦୨ …

ନୂଆଦିଲ୍ଲୀ, ୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୪ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମି ୩ ଶହ ତଳେ ରହିଛି। ଗତ ୨୪ ଘଣ୍ଟାରେ ଏହା ୨୦୨ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୨୩୫ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ଥିଲା। ଏହି ସମୟରେ ସକ୍ରିୟ ମାମଲା ୩ ହଜାର ୩୪୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୫୦୨ ଥିଲା। ସେହିପରି ୨୪ ଘଣ୍ଟାରେ ୩୫୯ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୪୬୭ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୮୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୯୧ ହଜାର ୫୮୨ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୫୬ ହଜାର ୩୫୯ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri