ଦୈନିକ ସଂକ୍ରମଣ ୨୯୧…

ନୂଆଦିଲ୍ଲୀ, ୨୮।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୬ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଛି। ଦୈନିକ ସଂକ୍ରମଣ ୩ ଶହ ତଳେ ରହିଛି। ଏହା ୨୯୧ ରହିଛି। ଗୋଟିଏ ଦିନ ତଳେ ଏହା ୩୪୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୫ ହଜାର ୧୨୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫ ହଜାର ୨୬୩ ଥିଲା। ସେହିପରି ୨୪ ଘଣ୍ଟାରେ ୪୨୯ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୪୭୧ ଥିଲା। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୧୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୧ ହଜାର ୮୫୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୩୬ ହଜାର ୧୧୬ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share