ଦୈନିକ ସଂକ୍ରମଣ ୩୬୦…

ନୂଆଦିଲ୍ଲୀ, ୨୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୭ ହଜାର ତଳେ ରହିଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଛି। ଦୈନିକ ସଂକ୍ରମଣ ୪ ଶହ ତଳେ ରହିଛି। ଏହା ୩୬୦ ରହିଛି। ଗୋଟିଏ ଦିନ ତଳେ ଏହା ୨୯୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୬ ହଜାର ୪୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୬ ହଜାର ୨୦୯ ଥିଲା। ସେହିପରି ୨୪ ଘଣ୍ଟାରେ ୫୧୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୪୮୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୫୯୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୦ ହଜାର ୭୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୩୩ ହଜାର ୪୩୩ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share