Posted inଜାତୀୟ

ଦୈନିକ ସଂକ୍ରମଣ ୮୮…

ନୂଆଦିଲ୍ଲୀ, ୧୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୨ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମି ଶହେ ତଳେ ରହିଛି। ଗତ ୨୪ ଘଣ୍ଟାରେ ଏହା ୮୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୦୮ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧ ହଜାର ୯୨୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ହଜାର ୯୮୩ ଥିଲା। ସେହିପରି ୨୪ ଘଣ୍ଟାରେ ୧୪୬ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୪୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୯୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୯୩ ହଜାର ୪୮୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୫୯ ହଜାର ୬୬୦ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri