ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର ବିଦ୍ୟୁତ୍‌ ଆଘାତରେ ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚୁଟିଆଟୋଲିର ସୁଧୀର କିଶାନ(୪୬)।

ମିଳିଥିବା ସୂଚନା ମୁତାବକ, କାମ କରୁଥିବା ବେଳେ ସୁଧୀର ଅସାବଧାନତା ବଶତଃ ଘରର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯାଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଏ ନେଇ ପରିବାର ଲୋକେ କୁଆଁରମୁଣ୍ଡା ଫାଣ୍ଡିରେ ଲିଖିତ ଏତଲା ଦେବା ପରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ନେଇ ବୀରମିତ୍ରପୁର ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୪୦/୨୬) ରୁଜୁ ହୋଇଛି। ପୋଲିସ ଘଟଣାର ତଦନ୍ତ ଜାରି ରହିଛି।

Share