ଦୁଗ୍ଧ ଚାଷୀଙ୍କୁ ମିଳିବ ୬୦୦୦ ଟଙ୍କା

ଭୁବନେଶ୍ୱର,୨୪।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓମ୍‌ଫେଡ୍‌ ଦୁଗ୍ଧ ଚାଷୀଙ୍କ ପାଇଁ ଗୁରୁବାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି । ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ବାବଦକୁ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ରାଜ କୋଷରୁ ୧୧ କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟର ୧ ଲକ୍ଷ ୨୦ ହଜାର ଦୁଗ୍ଧ ଚାଷୀ ଉପକୃତ ହେବେ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।

କୋଭିଡ ମହାମାରୀ ଓଡ଼ିଶା ସମେତ ବିଶ୍ବରେ ଅର୍ଥନୀତି ଉପରେ ପ୍ରଭାବ ପକାଇଛି । ପ୍ରାୟ ସମସ୍ତ କ୍ଷେତ୍ରରେ ମାନ୍ଦା ଅବସ୍ଥା ରହିଥିବା ବେଳେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ଅର୍ଥନୀତିକୁ ଶକ୍ତି ଯୋଗାଇଛି । ଲକ୍‌ଡାଉନ ଏବଂ ସଟ୍‌ଡାଉନ ସମୟରେ ଚାଷୀମାନେ ସାହସର ସହ ଉତ୍ପାଦନ କାର୍ଯ୍ୟ ଜାରି ରଖିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।