ଭଦ୍ରକ ଅଫିସ,୧୭।୪-ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ଦୈସିଂ ସରପଞ୍ଚ ପାର୍ବତୀ ମାଝୀ ଓଡ଼ିଆ ଲେଖାପଢ଼ା ଜାଣି ନ ଥିବାରୁ ପଦ ହରାଇଛନ୍ତି। ଜିଲା ଜଜ୍ କୋର୍ଟ ତାଙ୍କୁ ଅଯୋଗ୍ୟ ଘୋଷଣା କରିବା ସହ ଭଦ୍ରକ ବିଡିଓ ତୁରନ୍ତ ସରପଞ୍ଚ ପଦ ପୂରଣ ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ଗତ ପଞ୍ଚାୟତ ନିର୍ବାଚନରେ ଦୈସିଂ ସରପଞ୍ଚ ପଦବୀ ତଫସିଲଭୁକ୍ତ ଜନଜାତି ପାଇଁ ସଂରକ୍ଷିତ ଥିଲା। ମୋଟ ୨ ଜଣ ପ୍ରାର୍ଥୀ ପାର୍ବତୀ ଓ ବାଗନ ସିଂ ନାମାଙ୍କନ ପତ୍ର ଦାଖଲ କରିଥିଲେ। ପାର୍ବତୀ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ। କିନ୍ତୁ ପାର୍ବତୀ ଓଡ଼ିଆ ଲେଖାପଢ଼ା ଜାଣି ନ ଥିବାରୁ ପଞ୍ଚାୟତ ଆଇନର ଧାରା ୧୧(ଖ) ଅନୁଯାୟୀ ସେ ଅଯୋଗ୍ୟ ଥିବାରୁ ପ୍ରତିଦ୍ୱନ୍ଦ୍ୱିତା ଲଢ଼ିବା ପାଇଁ ପରାଜିତ ପ୍ରାର୍ଥୀ ବାଗନଙ୍କ ଆବେଦନ କ୍ରମେ ଭଦ୍ରକ କନିଷ୍ଠ ଦେୱାନୀ ଅଦାଲତରେ ସେହି ଆଇନର ଧାରା ୩୧ରେ ଏକ ମାମଲା ନିର୍ବାଚନ ମିସ୍ କେଶ୍-୫୮/୧୭ ରୁଜୁ ହୋଇଥିଲା। ନିମ୍ନ ଅଦାଲତ ଦରଖାସ୍ତକାରୀଙ୍କ ସାକ୍ଷ୍ୟ ଗ୍ରହଣ କରିଥିଲେ ହେଁ ପାର୍ବତୀଙ୍କ ସାକ୍ଷ୍ୟ ନ ନେଇ ମାମଲାକୁ ଖାରଜ କରିଦେଇଥିଲେ। ନିମ୍ନ ଅଦାଲତର ଏହି ରାୟକୁ ଚ୍ୟାଲେଞ୍ଜ କରି ବାଗନ ଭଦ୍ରକ ଜିଲା ଜଜ୍ଙ୍କ ଅଦାଲତରେ ଏକ ନିର୍ବାଚନ ଅପିଲ-୪୩/୧୮ ଦାଖଲ କରିଥିଲେ। ଜିଲା ଜଜ୍ ଶିଶିର କୁମାର ରଥ ପାର୍ବତୀଙ୍କୁ କୋର୍ଟକୁ ଡକାଇ ଓଡ଼ିଆ ଲେଖାପଢ଼ାର ପରୀକ୍ଷା ସାକ୍ଷ୍ୟ ମାଧ୍ୟମରେ କରିଥିଲେ। ଯାହାକି ପାର୍ବତୀଙ୍କ ପକ୍ଷେ ସମ୍ଭବ ହୋଇପାରି ନ ଥିଲା। ଏଣୁ ଗତ ୧୩ ତାରିଖରେ କୋର୍ଟ ତାଙ୍କୁ ଅଯୋଗ୍ୟ ଘୋଷଣା କରିଛନ୍ତି। ବାଗନଙ୍କ ପକ୍ଷରୁ ଅଧିବକ୍ତା ସନାତନ ଦୀକ୍ଷିତ ଓ ପାର୍ବତୀଙ୍କ ପକ୍ଷରୁ ବରିଷ୍ଠ ଅଧିବକ୍ତା ରାଜକିଶୋର ଦାସ ମାମଲା ପରିଚାଳନା କରିଥିଲେ।
ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ
ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…
ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍ଓ ନିଲମ୍ବିତ
ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…
ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…
ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…
ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…
ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…
ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…
ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…
ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା
ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…
ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….
ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…
ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..
ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…
Archives

