ଗଜପତିଙ୍କୁ ଜଣାଇଲେ ଦଇତାପତି

ପୁରୀ ଅଫିସ,୨୬।୬:  ଆଷାଢ ମାସ କୃଷ୍ଣପକ୍ଷ ଦ୍ୱାଦଶୀ ଶନିବାର ଅବସରରେ ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ଜ୍ୱରରେ ପଡ଼ିଥିବା ମହାପ୍ରଭୁ ସୁସ୍ଥ ହୋଇଛନ୍ତି। ଏହି ଖବର ଶ୍ରୀନଅରରେ ଆଦ୍ୟ ସେବକ ଗଜପତି ମହାରାଜଙ୍କୁ ସୂଚନା ଦେବା ସହିତ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ପ୍ରସାଦ ପ୍ରଦାନ କରିଛନ୍ତି। ଯାହାକୁ ରାଜ ପ୍ରାସାଦ ବିଜେ ନୀତି ବୋଲି କୁହାଯାଇଥାଏ। ସୂଚନାଯୋଗ୍ୟ, ଜ୍ୟେଷ୍ଠ ପୂର୍ଣ୍ଣିମାରେ ସ୍ନାନବେଦୀରେ ଶ୍ରୀବିଗ୍ରହମାନେ ୧୦୮ଗରା ସୁବାସିତ ଼ଜଳରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହୋଇ ଅଣସରରେ ଚିକିତ୍ସିତ ହେବା ସହ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ଦଇତାପତି ଓ ପତିମହାପାତ୍ର ଗୁପ୍ତ ସେବା କରୁଥିଲେ। ପର୍ଯ୍ୟାୟକ୍ରମେ ଅଣସରର ପଞ୍ଚମୀ ତିଥିରେ ବଡ଼ଓଡ଼ିଆ ମଠରୁ ଆସିଥିବା ଫୁଲୁରି ତେଲ ମହାପ୍ରଭୁ ଶ୍ରୀଅଙ୍ଗରେ ଲାଗିହେବା ପରେ ଶୁଦ୍ଧସୁଆର ସେବକମାନେ ଦେଇଥିବା ଓଷ ତିନିଦିନ ଧରି ଲାଗି ହୋଇଥିଲେ। ପରେ ଦଶମ ତିଥିରେ ଶ୍ରୀବିଗ୍ରହଙ୍କ ଚକାବିଜେ ନୀତି ସମ୍ପନ୍ନ ହେବା ସହ ଦଶମୂଳ ମୋଦକ ଶ୍ରୀମନ୍ଦିରରେ ପହଞ୍ଚତ୍ଥିଲା। ତେବେ ଶୁକ୍ରବାର ଏକାଦଶୀ ତିଥିରେ ଅଣସର ଗୃହରେ ବିରାଜିତ ଶ୍ରୀବିଗ୍ରହଙ୍କୁ ଖଳି ଲାଗି କରାଯିବା ସହ ତୁଳସୀ ଲାଗି କରାଯାଇଥିଲା। ଏଥିସହ ମହାପ୍ରଭୁଙ୍କୁ ଦଶମୂଳ ମୋଦକ ମଧ୍ୟ ଲାଗି ହେବା ପରେ ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି।
ଶନିବାର ଶ୍ରୀମନ୍ଦିରରେ ଭୋଗମଣ୍ଡପ ନୀତି ସମ୍ପନ୍ନ ହେବା ପରେ ଦଇତାପତି ଅଣସର ଘର ଖୋଲି ଭିତରକୁ ପ୍ରବେଶ କରିଥିଲେ। ଭଣ୍ଡାର ମେକାପ ଦେଇଥିବା ପାଟବସ୍ତ୍ର ପଡିଥିବା ରୂପାଥାଳ ଅଣସର ଘରକୁ ନେଇ ଠାକୁରଙ୍କ ଶ୍ରୀଅଙ୍ଗରୁ ବାହାରିଥିବା ଚନ୍ଦନ, କରାଳ, ପାଟଡୋରି ସଜେଇ କରି ରଖିଥିଲେ। ବେହେରଣ ଦ୍ୱାରରେ ଆସ୍ଥାନ ପଢିଆରୀ ପକାଇଥିବା ପାହାଡା ବା କପଡ଼ା ଉପରେ ଏହି ଥାଳିକୁ ସଜାଇଥିଲେ। ପରେ ଘଣ୍ଟ, ଛତା, କାହାଳି ସହ ଥାଳିଗୁଡ଼ିକୁ ଦଇତାପତି ଓ ପତିମହାପାତ୍ର ଗଜପତି ମହାରାଜଙ୍କ ଉଦ୍ଦେଶ୍ୟରେ ଶ୍ରୀନଅରକୁ ଏକ ପଟୁଆରରେ ଯାଇଥିଲେ। ଶ୍ରୀନଅର ରାଜବାଟୀରେ ପଡିଥିବା ଚାରିବାଡ଼ର ପାହାଡ଼ା ଉପରେ ଥାଳିମାନ ରଖିଥିଲେ। ରାଜଗୁରୁଙ୍କ ସହିତ ଗଜପତି ମହାରାଜା ଆସିଥିଲେ। ଏହାପରେ ଥାଳିଗୁଡ଼ିକୁ ସଂସ୍କାର କରି ରାଜଗୁରୁ ଗଜପତି ମହାରାଜାଙ୍କ ମୁଣ୍ଡରେ ଲଗାଇଥିଲେ। ଗଜପତି ମହାରାଜା ଦଇତାପତିମାନଙ୍କୁ ଶାଢି ବନ୍ଧେଇବା ଲାଗି ରାଜଗୁରୁଙ୍କୁ ଆଜ୍ଞା ଦେଇଥିଲେ। ଦଇତାପତିମାନେ ଶାଢି ବନ୍ଧାଇବା ପରେ ଦାରୁ ବିଗ୍ରହ ସୁସ୍ଥ ହେବା ଖବର ଜଣାଇଥିଲେ। ରଥଯାତ୍ରା କିପରି ଶୃଙ୍ଖଳାର ହେବ ସେ ବିଷୟରେ ମଧ୍ୟ ଗଜପତି ଦଇତାପତିଙ୍କ ସହ ଆଲୋଚନା କରିଥିଲେ। ପରେ ଦଇତାପତି ସେବକ ମାନେ ଶ୍ରୀନଅରରୁ ପ୍ରସ୍ଥାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?