ଦଇତାପତି ନିଯୋଗ ନିର୍ବାଚନ,୨୯ ପ୍ରାର୍ଥିପତ୍ର ଦାଖଲ

ପୁରୀ ଅଫିସ,୪।୨: ଶ୍ରୀମନ୍ଦିର ଦଇତାପତି ନିଯୋଗର ନିର୍ବାଚନ ଚଳିତ ମାସ ୧୨ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ୨୯ଜଣ ପ୍ରାର୍ଥୀ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ଗୁରୁବାର ସକାଳ ୯ଟାଠାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ପ୍ରାର୍ଥୀମାନେ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଥିଲେ। ନିଯୋଗର ସଭାପତି, ଉପ ସଭାପତି, ସମ୍ପାଦକ, ସହ ସମ୍ପାଦକ କୋଷାଧ୍ୟକ୍ଷ ଏବଂ କମିଟି ମେମ୍ବର ଭାବେ ନିର୍ବାଚିତ ହେବେ। ଆସନ୍ତା ୮ ତାରିଖରେ ନାମାଙ୍କନ ପତ୍ର ପ୍ରତ୍ୟାହାର ପାଇଁ ଦିନଧାର୍ଯ୍ୟ କରାଯାଇଛି। ଯେଉଁ ଚାହିଁବେ ସେଦିନ ଅପରାହ୍ନ ୨ଟାରୁ ୫ଟା ମଧ୍ୟରେ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିପାରିବେ। ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ୮ ତାରିଖ ସନ୍ଧ୍ୟା ୫ଟା ପରେ ନିର୍ବାଚନ ନିମନ୍ତେ ଚୂଡାନ୍ତ ତାଲିକା ପ୍ରକାଶ ପାଇବ। ଆସନ୍ତା ୧୨ ତାରିଖ ଦିନ ମତଦାନ କରାଯିବ। ଦଇତାପତି ନିଯୋଗର ସଦସ୍ୟମାନେ ସକାଳ ୯ଟା ଠାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମତଦାନ କରିପାରିବେ। ସେହିଦିନ ଅପରାହ୍ନ ୪ଟାରୁ ଭୋଟ ଗଣିତ ହେବ। ପ୍ରାର୍ଥୀମାନଙ୍କ ମଧ୍ୟରେ ସର୍ବାଧିକ ଭୋଟ ପାଇଥିବା ୧୫ ଜଣ ପ୍ରାର୍ଥୀଙ୍କ ନାମ ପ୍ରଦାନ କରାଯିବ। ଯେଉଁମାନଙ୍କ ମଧ୍ୟରେ ସଭାପତି, ଉପ ସଭାପତି, ସମ୍ପାଦକ, ସହ ସମ୍ପାଦକ ଏବଂ କୋଷାଧ୍ୟକ୍ଷ ନିମନ୍ତେ ୧୪ ତାରିଖରେ ନିର୍ବାଚନ ହେବ। ସେମାନଙ୍କ ମଧ୍ୟରୁ ୫ଜଣ ନିଯୋଗର ବିଭିନ୍ନ ପଦବୀ ପାଇଁ ନିର୍ବାଚିତ ହେବେ। ଅନ୍ୟ ୧୦ଜଣ ନିର୍ବାଚିତ ସଦସ୍ୟ ନିଯୋଗର କମିଟି ମେମ୍ବର ଭାବରେ ଦାୟିତ୍ୱ ତୁଲାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri