ଡାକବଙ୍ଗଳା ପୁନରୁଦ୍ଧାର କାର୍ଯ୍ୟ ବିଳମ୍ବିତ

ବାଉଁଶୁଣୀ, ୨୪।୯(ଡି.ଏନ୍‌.ଏ.): ବୌଦ୍ଧ ବ୍ଲକ ବାଉଁଶୁଣୀ ନିକଟ ଜାତୀୟ ରାଜପଥ ପାଶର୍‌ବରେ ବାଘନଦୀ କୂଳରେ ଥିବା ପୁରାତନ ଡ଼ାକବଙ୍ଗଳାର ପୁନରୁଦ୍ଧାର କାର୍ଯ୍ୟ ବିଳମ୍ବିତ ହେଉଛି। ଫଳରେ ଅଞ୍ଚଳର ବୁଦ୍ଧିଜୀବୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ପୁରାତନ ଡାକବଙ୍ଗଳାର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ ପାଇଁ ପୂର୍ତ୍ତ ବିଭାଗ ଗତ ଦୁଇ ବର୍ଷ ପୂର୍ବେ ଭାଙ୍ଗି ଦେଇଥିଲା। ଲୋକେ ଆଶା କରିଥିଲେ ଯାହାବି ହେଉ ବିଭାଗ ଏ ବଙ୍ଗଳା ପ୍ରତି ଶୁଭଦୃଷ୍ଟି ପକାଇଲା ବୋଲି। ମାତ୍ର ଦୁଃଖର କଥା ଆଜକୁ ଦୁଇ ବର୍ଷ ହେଲା ଘରର ପୁରୁଣା କାଠ, ଟିଣ, ଛପର ଓ ଶାଳକାଠର ଝରକା କବାଟ ଖୋଲି ନେବା ପରେ ସେମିତି ଲଙ୍ଗଳା କରି ପକାଇ ଦେଇଛନ୍ତି। ଡାକବଙ୍ଗଳା ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ପ୍ରାୟ ଦୁଇ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ନୂତନ ବଙ୍ଗଳା ନିର୍ମାଣ ତ ପରର କଥା ପୁରୁଣା କାନ୍ଥ ବି ଭଙ୍ଗା ଯାଇପାରୁ ନାହିଁ। ପୁରୁଣା ଟିଣ ଓ ଶାଳ କବାଟଗୁଡିକ କେଉଁଆଡେ ଗଲା ତା’ର ଖୋଜ ଖବର ନାହିଁ। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ପୂର୍ତ୍ତ ବିଭାଗ ଅଧିନରେ ଥିବା ଏହି ପ୍ରାଚୀନ ଡ଼ାକବଙ୍ଗଳା ଗଡ଼ଜାତ ସମୟରୁ ରହିଥିଲା। ସ୍ବାଧୀନତା ପରେ ଏହାର ପୁରାତନ ଡ଼ାକବଙ୍ଗଳାର ପୁନଃନିର୍ମାଣ କରାଯାଇ ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ଅଧିନରେ ରକ୍ଷଣାବେକ୍ଷଣ ହେଉଥିଲା। ଉକ୍ତ ଡ଼ାକବଙ୍ଗଳାକୁ ନେଇ ଅନେକ ସ୍ମୃତି ରହିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ରାଜେନ୍ଦ୍ର ନାରାୟଣ ସିଂଦେଓ, ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସମେତ ଓଡ଼ିଶାର ଅନେକ ବିଶିଷ୍ଟ ବ୍ୟକ୍ତି ଏଠାରେ ଏକାଧିକ ଥର ବିଶ୍ରାମ ନେଇଛନ୍ତି। ୨୦୦୨ମସିହା ପରଠାରୁ ଏହି ଐତିହାସିକ ବଙ୍ଗଳାର ଦୁର୍ଦ୍ଦିନ ଆସିଥିଲା। ରକ୍ଷଣାବେକ୍ଷଣ ଅଭାବରୁ ଭଗ୍ନ ଅବସ୍ଥାକୁ ଚାଲି ଆସିବା ସହ ଏହାର ପରିବେଶରେ ଅନାବନା ଗଛଲତା ଉଠି ଭୂତକୋଠି ଭଳି ପ୍ରତୀୟମାନ ହୋଇଥିଲା। ଅନେକ ସଚେତନ ବ୍ୟକ୍ତି ଡାକବଙ୍ଗଳାର ପୁନରୁଦ୍ଧାର ପାଇଁ ଦାବି ମଧ୍ୟ କରି ଆସୁଥିଲେ। ପୂର୍ତ୍ତ ବିଭାଗ ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ କରିବାରୁ ସେ ସମୟରେ ଲୋକେ ସାଧୁବାଦ ଜଣାଇଥିଲେ। ମାତ୍ର ପୂର୍ତ୍ତ ବିଭାଗ ଲୋକଙ୍କୁ ହତାସ କରିଛି। କେଉଁ କାରଣରୁ କାହା ସ୍ବାର୍ଥରେ ପୂର୍ତ୍ତ ବିଭାଗ ଏଭଳି ନିଷ୍ପତ୍ତି ନେଇଛି ତାହା ଜନସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri