୧୬ରେ ଓଡ଼ିଶା ଆସିବ ଡାକୋଟା ବିମାନ

ଭୁବନେଶ୍ୱର,୧୧l୧(ବ୍ୟୁରୋ): ସବୁ କଳ୍ପନାର ଅନ୍ତ ଘଟାଇ ଆସନ୍ତା ୧୬ ତାରିଖରେ ଓଡ଼ିଶା ଆସିବ ପ୍ରବାଦ ପୁରୁଷ ବିଜୁବାବୁଙ୍କ ଡାକୋଟା ବିମାନ। କୋଲକାତାରେ ଥିବା ଏହି ବିମାନ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଅଣାଯିବ। ତାହାକୁ ବିମାନବନ୍ଦର ପ୍ରବେଶ ପଥରେ ସୁଦୃଶ୍ୟ ମଞ୍ଚ ଉପରେ ସର୍ବସାଧାରଣଙ୍କ ପାଇଁ ପ୍ରଦର୍ଶିତ ହେବ। ହକି ବିଶ୍ୱକପ୍‌ ସମୟରେ ଦେଶ ବିଦେଶରୁ ଆସିଥିବା ଖେଳାଳି ଏବଂ ଦର୍ଶକ ଏହି ଐତିହାସିକ ବିମାନକୁ ଦେଖିବାର ସୁଯୋଗ ପାଇବେ। କୋଲକାତାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିଜୁ ବାବୁଙ୍କ ଡାକୋଟା ବିମାନ ରହିଥିଲା। ଏହାକୁ ଓଡ଼ିଶା ଫେରାଇ ଆଣିବା ପାଇଁ ବର୍ଷେ ହେଲା ରାଜ୍ୟ ସରକାର ଉଦ୍ୟମ ଚଳାଇଥିଲେ। ପରିବହନ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି,
ଏବେ କୋଲକାତା ବିମାନବନ୍ଦରରେ ଡାକୋଟା ବିମାନର ଡେଣାକୁ ଅଲଗା କରିବା କାମ ଚାଲିଛି । ଏହା ସଡ଼କ ପଥରେ ଭୁବନେଶ୍ୱର ଆସିବ। ବିମାନକୁ ରଖିବା ଲାଗି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରବେଶ ପଥରେ ୧.୧ ଏକର ଜମି ଚିହ୍ନଟ ହୋଇଛି। ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ବିଶେଷଜ୍ଞଙ୍କ ଜରିଆରେ ଏହାର ଡେଣାକୁ ଯୋଡ଼ାଯାଇ ପୂର୍ବ ରୂପ ଦିଆଯିବ। ଏଥିସହ ଏଥିରେ ରଙ୍ଗ କରାଯିବ। ବିମାନ ଯେପରି ବିନା ଦ୍ୱିଧାରେ ସଡ଼କ ପଥରେ ଆସି ଭୁବନେଶ୍ୱରରେ ପହଞ୍ଚିବ ସେଥିପାଇଁ ପରିବହନ ବିଭାଗ ପଦକ୍ଷେପ ନେଉଛି। ଟ୍ରାଫିକ ପରିଚାଳନା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ ଏବଂ ଖୋର୍ଦ୍ଧା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଅଧିକାରୀ ଜଣକ କହିଛନ୍ତି।
ସୂଚନାଯୋଗ୍ୟ, ବିଜୁବାବୁଙ୍କ ଜୀବନରେ ଡାକୋଟା ବିମାନ ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇ ରହିଥିଲା। ୧୯୪୭ ଜୁଲାଇ ୨୧ରେ ବିଜୁ ପଟ୍ଟନାୟକ ଏହି ଡାକୋଟା ବିମାନରେ ତତ୍କାଳୀନ ଇଣ୍ଡୋନେସିଆର ପ୍ରଧାନମନ୍ତ୍ରୀ ଏବଂ ଉପରାଷ୍ଟ୍ରପତିଙ୍କୁ ଶତ୍ରୁ କବଳରୁ ଉଦ୍ଧାର କରି ଭାରତ ଆଣିଥିଲେ। ଏହି ସାହସିକତା ପାଇଁ ବିଜୁବାବୁଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ ‘ଭୂମିପୁତ୍ର’ ସମ୍ମାନ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri