୧୬ରେ ଓଡ଼ିଶା ଆସିବ ଡାକୋଟା ବିମାନ

ଭୁବନେଶ୍ୱର,୧୧l୧(ବ୍ୟୁରୋ): ସବୁ କଳ୍ପନାର ଅନ୍ତ ଘଟାଇ ଆସନ୍ତା ୧୬ ତାରିଖରେ ଓଡ଼ିଶା ଆସିବ ପ୍ରବାଦ ପୁରୁଷ ବିଜୁବାବୁଙ୍କ ଡାକୋଟା ବିମାନ। କୋଲକାତାରେ ଥିବା ଏହି ବିମାନ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଅଣାଯିବ। ତାହାକୁ ବିମାନବନ୍ଦର ପ୍ରବେଶ ପଥରେ ସୁଦୃଶ୍ୟ ମଞ୍ଚ ଉପରେ ସର୍ବସାଧାରଣଙ୍କ ପାଇଁ ପ୍ରଦର୍ଶିତ ହେବ। ହକି ବିଶ୍ୱକପ୍‌ ସମୟରେ ଦେଶ ବିଦେଶରୁ ଆସିଥିବା ଖେଳାଳି ଏବଂ ଦର୍ଶକ ଏହି ଐତିହାସିକ ବିମାନକୁ ଦେଖିବାର ସୁଯୋଗ ପାଇବେ। କୋଲକାତାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିଜୁ ବାବୁଙ୍କ ଡାକୋଟା ବିମାନ ରହିଥିଲା। ଏହାକୁ ଓଡ଼ିଶା ଫେରାଇ ଆଣିବା ପାଇଁ ବର୍ଷେ ହେଲା ରାଜ୍ୟ ସରକାର ଉଦ୍ୟମ ଚଳାଇଥିଲେ। ପରିବହନ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି,
ଏବେ କୋଲକାତା ବିମାନବନ୍ଦରରେ ଡାକୋଟା ବିମାନର ଡେଣାକୁ ଅଲଗା କରିବା କାମ ଚାଲିଛି । ଏହା ସଡ଼କ ପଥରେ ଭୁବନେଶ୍ୱର ଆସିବ। ବିମାନକୁ ରଖିବା ଲାଗି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରବେଶ ପଥରେ ୧.୧ ଏକର ଜମି ଚିହ୍ନଟ ହୋଇଛି। ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ବିଶେଷଜ୍ଞଙ୍କ ଜରିଆରେ ଏହାର ଡେଣାକୁ ଯୋଡ଼ାଯାଇ ପୂର୍ବ ରୂପ ଦିଆଯିବ। ଏଥିସହ ଏଥିରେ ରଙ୍ଗ କରାଯିବ। ବିମାନ ଯେପରି ବିନା ଦ୍ୱିଧାରେ ସଡ଼କ ପଥରେ ଆସି ଭୁବନେଶ୍ୱରରେ ପହଞ୍ଚିବ ସେଥିପାଇଁ ପରିବହନ ବିଭାଗ ପଦକ୍ଷେପ ନେଉଛି। ଟ୍ରାଫିକ ପରିଚାଳନା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ ଏବଂ ଖୋର୍ଦ୍ଧା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଅଧିକାରୀ ଜଣକ କହିଛନ୍ତି।
ସୂଚନାଯୋଗ୍ୟ, ବିଜୁବାବୁଙ୍କ ଜୀବନରେ ଡାକୋଟା ବିମାନ ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇ ରହିଥିଲା। ୧୯୪୭ ଜୁଲାଇ ୨୧ରେ ବିଜୁ ପଟ୍ଟନାୟକ ଏହି ଡାକୋଟା ବିମାନରେ ତତ୍କାଳୀନ ଇଣ୍ଡୋନେସିଆର ପ୍ରଧାନମନ୍ତ୍ରୀ ଏବଂ ଉପରାଷ୍ଟ୍ରପତିଙ୍କୁ ଶତ୍ରୁ କବଳରୁ ଉଦ୍ଧାର କରି ଭାରତ ଆଣିଥିଲେ। ଏହି ସାହସିକତା ପାଇଁ ବିଜୁବାବୁଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ ‘ଭୂମିପୁତ୍ର’ ସମ୍ମାନ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri