ମାର୍ଚ୍ଚ ୫ରୁ ପ୍ରଦର୍ଶିତ ହେବ ଡାକୋଟା

ଭୁବନେଶ୍ୱର, ୨୨।୧(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଐତିହାସିକ ‘ଡାକୋଟା ବିମାନ’ ମାର୍ଚ୍ଚ ୫ରୁ ସର୍ବସାଧାରଣଙ୍କ ନିମନ୍ତେ ପ୍ରଦର୍ଶିତ ହେବ। ବିଜୁ ଜୟନ୍ତୀ ତଥା ପଞ୍ଚାୟତିରାଜ ଦିବସରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏହି ପ୍ରଦର୍ଶନୀର ଶୁଭାରମ୍ଭ ହେବ। ବିମାନର ମରାମତି ଓ ସ୍ଥାପନ ପାଇଁ ଏରୋସ୍ପେସ୍‌ ରିସର୍ଚ୍ଚ ଆଣ୍ଡ୍‌ ଡେଭଲପ୍‌ମେଣ୍ଟ ସେଣ୍ଟର(ଏଆର୍‌ଡିସି) ୩ କୋଟି ଟଙ୍କାର ଚୁକ୍ତି କରିଛି। ଏଥିପାଇଁ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇସାରିଥିବା ସୂଚନା ମିଳିଛି। ଏ ସମ୍ପର୍କରେ ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ କହିଛନ୍ତି, ବିମାନର ମରାମତି କାର୍ଯ୍ୟ ବିମାନବନ୍ଦରରେ ଥିବା ରାଜ୍ୟ ସରକାରଙ୍କ ହ୍ୟାଙ୍ଗରରେ ଚାଲିଛି। ମରାମତି ପରେ ବିମାନବନ୍ଦରରେ ଆବଣ୍ଟିତ ହୋଇଥିବା ସ୍ଥାନକୁ ସ୍ଥାନାନ୍ତର କରାଯିବ।
ସୂଚନାଯୋଗ୍ୟ, ଡାକୋଟା ବିମାନଟି କୋଲକାତାରୁ ୩ଟି ଲରିରେ ଆସି ଗତ ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚତ୍ଥିଲା। ଏଠାରେ ଡାକୋଟାକୁ ଭବ୍ୟ ସ୍ବାଗତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ଭୁବନେଶ୍ୱର ବିମାନବନ୍ଦରରେ ଫୁଲ ପକାଇ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri