ଡାଲଚିନି

ଏକଦା ଜଣେ ବ୍ୟାଙ୍କର ଭୁବନେଶ୍ୱରରୁ କୋଣାର୍କ ବୁଲିବାକୁ ବାହାରିଛି। ସାଙ୍ଗରେ ଅଛି ଜଣେ ଝିଅ। ବାଟରେ ଦୁହିଁଙ୍କ ଭିତରେ କ’ଣ ଘଟୁଛି, ସେମାନେ କି କି ପରିସ୍ଥିତିର ସାମ୍‌ନା କରି ସେଠାରୁ ଫେରୁଛନ୍ତି ଆଉ ଏପରି ଯାତ୍ରାର ମଧୁର ପରିସମାପ୍ତି ହେଉଛି କି ନାହିଁ-ଏପରି କଥାବସ୍ତୁକୁ ଆଧାର କରି ନିର୍ମିତ ହୋଇଛି ଓଡ଼ିଆ ସିନେମା ‘ଡାଲଚିନି’। ଖାସ୍‌ କଥା ହେଲା ଏହି ଫିଲ୍ମଟି ନିକଟରେ ଶିମ୍‌ଲା ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ଶ୍ରେଷ୍ଠ ଫିଚର ଫିଲ୍ମ ଭାବରେ ପୁରସ୍କୃତ ହୋଇଛି। ଏହାର ପ୍ରଯୋଜନା କରିଛନ୍ତି ପୂର୍ବରୁ ‘ମୁଁ ରାଜା ତୁ ରାଣୀ’ ଏବଂ ‘ଭଉଁରୀ’ ଭଳି ଓଡ଼ିଆ ଚଳଚ୍ଚିତ୍ରର ପ୍ରଯୋଜନା କରିଥିବା ଅତୀଶ କୁମାର ରାଉତ। ଋତୁପ୍ରିୟା ପ୍ରଡକ୍ସନ ପ୍ରା.ଲିଃ. ବ୍ୟାନରରେ ଏହାର ସହ-ପ୍ରଯୋଜନା ଦାୟିତ୍ୱ ତୁଲାଇଛନ୍ତି ସୁପ୍ରିୟା ରାଉତ। ଅନ୍ୟପକ୍ଷରେ କାହାଣୀ, ଚିତ୍ରନାଟ୍ୟ ଏବଂ ସଂଳାପ ରଚନା କରିଛନ୍ତି ଜିତେନ୍ଦ୍ରିୟ ପ୍ରଧାନ। ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି ଶିଶିର ସାହୁ ଏବଂ ପିନାକୀ ସିଂ। ସଂଯୋଜିତ ଗୀତଗୁଡ଼ିକୁ ସ୍ବର ଦେଇଛନ୍ତି ଜେରି ସିଲଭରେଷ୍ଟ ଭିନ୍‌ସେଣ୍ଟ। ଏହାର ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ପାର୍ଥସାରଥୀ ରାୟ ଏବଂ ସୂର୍ଯ୍ୟମୟୀ। ଏପରି ସଫଳତା ସମ୍ପର୍କରେ ଅତୀଶ କହନ୍ତି, ‘ଏହା ଏକ କମର୍ସିଆଲ ଫିଲ୍ମ ହେଲେ ମଧ୍ୟ ତାହା ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲରେ ପୁରସ୍କାର ପାଇବ ବୋଲି ମୋର ଦୃଢ଼ ବିଶ୍ୱାସ ଥିଲା। ତାହା ସଫଳ ହୋଇଛି। ଏଣିକି ଏପରି ସିନେମା ନିର୍ମାଣ କରିବାକୁ ମୋତେ ‘ଡାଲଚିନି’ ଯଥେଷ୍ଟ ପ୍ରେରଣା ଯୋଗାଇଛି ବୋଲି କହିବି।’


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri