Posted inଖେଳ

କ୍ରିକେଟରୁ ବିଦାୟ ନେଲେ ଦୁର୍ଦ୍ଧର୍ଷ ବୋଲର

ଜୋହାନ୍ସବର୍ଗ,୩୧।୮: ଦକ୍ଷିଣ ଆଫ୍ରିକାର କିମ୍ବଦନ୍ତୀ ପେସର ଡେଲ ଷ୍ଟେଇନ ମଙ୍ଗଳବାର କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ୨୦୧୯ରେ ଟେଷ୍ଟ କ୍ରିକେଟରୁ ବିଦାୟ ନେଇଥିବା ଷ୍ଟେଇନଙ୍କୁ ଇତିହାସର ଅତ୍ୟତମ ଦୁର୍ଦ୍ଧର୍ଷ ବୋଲର ଭାବେ ଗଣନା କରାଯାଏ। ଅନ୍ତର୍ଜାତୀୟ କ୍ରିକେଟରେ ସେ ୯୩ ଟେଷ୍ଟ, ୧୨୫ ଦିନିକିଆ ଓ ୪୭ ଟି୨୦ ଖେଳିଥିଲେ। ଗତବର୍ଷ ଫେବୃୟାରୀରେ ଅନ୍ତିମ ଥର ପାଇଁ ଜାତୀୟ ଦଳରୁ ପ୍ରତିନିଧିତ୍ୱ କରିଥିଲେ।

ଟେଷ୍ଟ କ୍ରିକେଟରେ ସେ ୨୨.୯୫ ହାରରେ ୪୩୯ ଉଇକେଟ ନେଇଥିଲେ। ତାଙ୍କ ନାମରେ ୧୯୬ ଦିନିକିଆ ଓ ୬୪ ଟି୨୦ ଉଇକେଟ ରହିଛି। କ୍ରିକେଟର ଲମ୍ବା ଫର୍ମାଟରେ ଦକ୍ଷିଣ ଆଫ୍ରିକା ପାଇଁ ସର୍ବାଧିକ ଉଇକେଟ ହାସଲ କରିବାର ରେକର୍ଡ ରହିଛି ଷ୍ଟେଇନଙ୍କ ନାମରେ। ୩୮ ବର୍ଷୀୟ ପେସର ୨୦୦୪, ଡିସେମ୍ବର ୧୭ ତାରିଖରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରେ ପଦାର୍ପଣ କରିଥିଲେ। ଅନ୍ତର୍ଜାତୀୟ କ୍ରିକେଟ ଛଡ଼ା ଷ୍ଟେଇନ ଆଇପିଏଲ ଭଳି ବିଭିନ୍ନ ଟି୨୦ ଲିଗ୍‌ରେ ସକ୍ରିୟ ଥିଲେ। ସେ ଆଇପିଏଲରେ ଡେକାନ ଚାଜର୍ସ (ଡିସି), ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆରଏଚ୍‌) ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ପାଇଁ ଖେଳିଥିଲେ। ଆଇପିଏଲର ଉଭୟ ଫ୍ରାଞ୍ଚାଇଜ ଦକ୍ଷିଣ ଆଫ୍ରିକୀୟ କିମ୍ବଦନ୍ତୀଙ୍କୁ ଧନ୍ୟବାଦ୍‌ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri