Posted inଖେଳ

କ୍ରିକେଟରୁ ବିଦାୟ ନେଲେ ଦୁର୍ଦ୍ଧର୍ଷ ବୋଲର

ଜୋହାନ୍ସବର୍ଗ,୩୧।୮: ଦକ୍ଷିଣ ଆଫ୍ରିକାର କିମ୍ବଦନ୍ତୀ ପେସର ଡେଲ ଷ୍ଟେଇନ ମଙ୍ଗଳବାର କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ୨୦୧୯ରେ ଟେଷ୍ଟ କ୍ରିକେଟରୁ ବିଦାୟ ନେଇଥିବା ଷ୍ଟେଇନଙ୍କୁ ଇତିହାସର ଅତ୍ୟତମ ଦୁର୍ଦ୍ଧର୍ଷ ବୋଲର ଭାବେ ଗଣନା କରାଯାଏ। ଅନ୍ତର୍ଜାତୀୟ କ୍ରିକେଟରେ ସେ ୯୩ ଟେଷ୍ଟ, ୧୨୫ ଦିନିକିଆ ଓ ୪୭ ଟି୨୦ ଖେଳିଥିଲେ। ଗତବର୍ଷ ଫେବୃୟାରୀରେ ଅନ୍ତିମ ଥର ପାଇଁ ଜାତୀୟ ଦଳରୁ ପ୍ରତିନିଧିତ୍ୱ କରିଥିଲେ।

ଟେଷ୍ଟ କ୍ରିକେଟରେ ସେ ୨୨.୯୫ ହାରରେ ୪୩୯ ଉଇକେଟ ନେଇଥିଲେ। ତାଙ୍କ ନାମରେ ୧୯୬ ଦିନିକିଆ ଓ ୬୪ ଟି୨୦ ଉଇକେଟ ରହିଛି। କ୍ରିକେଟର ଲମ୍ବା ଫର୍ମାଟରେ ଦକ୍ଷିଣ ଆଫ୍ରିକା ପାଇଁ ସର୍ବାଧିକ ଉଇକେଟ ହାସଲ କରିବାର ରେକର୍ଡ ରହିଛି ଷ୍ଟେଇନଙ୍କ ନାମରେ। ୩୮ ବର୍ଷୀୟ ପେସର ୨୦୦୪, ଡିସେମ୍ବର ୧୭ ତାରିଖରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରେ ପଦାର୍ପଣ କରିଥିଲେ। ଅନ୍ତର୍ଜାତୀୟ କ୍ରିକେଟ ଛଡ଼ା ଷ୍ଟେଇନ ଆଇପିଏଲ ଭଳି ବିଭିନ୍ନ ଟି୨୦ ଲିଗ୍‌ରେ ସକ୍ରିୟ ଥିଲେ। ସେ ଆଇପିଏଲରେ ଡେକାନ ଚାଜର୍ସ (ଡିସି), ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆରଏଚ୍‌) ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ପାଇଁ ଖେଳିଥିଲେ। ଆଇପିଏଲର ଉଭୟ ଫ୍ରାଞ୍ଚାଇଜ ଦକ୍ଷିଣ ଆଫ୍ରିକୀୟ କିମ୍ବଦନ୍ତୀଙ୍କୁ ଧନ୍ୟବାଦ୍‌ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri