Posted inଖେଳ

ଭାରତର ଏହି ଖେଳାଳିଙ୍କୁ ଏବି ଡି ଭିଲିୟର୍ସଙ୍କ ସହ ତୁଳନା କଲେ ଷ୍ଟେନ୍‌; କହିଲେ ବିଶ୍ୱକପ୍‌ରେ ଚମକିବେ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ ବ୍ୟାଟ୍ସମ୍ୟାନ୍‌ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି ଦକ୍ଷିଣ ଆଫ୍ରିକାର ପୂର୍ବତନ ପେସର ଡାଲ୍‌ ଷ୍ଟେନ୍‌। ସୂର୍ଯ୍ୟକୁମାର ଜଣେ ମହାନ ଖେଳାଳି ଯିଏ କି ପଡ଼ିଆର ସବୁ ଦିଗରେ ଶଟ୍‌ ମାରିବାରେ ସକ୍ଷମ। ଏପରିକି ତାଙ୍କୁ ଖେଳୁଥିବାର ଦେଖିଲେ ଏବି ଡି ଭିଲିୟର୍ସ ଖେଳୁଥିବା ପରି ମନେହୁଏ ବୋଲି ଷ୍ଟେନ୍‌ କହିଛନ୍ତି।

ଟି୨୦ ବିଶ୍ୱକପ୍‌ ପୂର୍ବରୁ ଷ୍ଟାର ସ୍ପୋଟ୍ସର ଏକ ଇଭେଣ୍ଟରେ ଷ୍ଟେନ୍‌ କହିଛନ୍ତି, ସୂର୍ଯ୍ୟକୁମାର ଅଷ୍ଟ୍ରେଲିଆର ପିଚ୍‌ରେ ଭଲ ଖେଳିବେ। ଭାରତୀୟ ଦଳ ପାଇଁ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରନ୍ତି। ପଡ଼ିଆର ଚାରିପଟରେ ସେ ଶଟ୍‌ ଖେଳିପାରନ୍ତି, ଯାହାକୁ ଦେଖିଲେ ଏବି ଡି ଭିଲିୟର୍ସ ମନେ ପଡ଼ନ୍ତି। ଏଣୁ ସେ ଭାରତର ଏବି ଡି ଭିଲିୟର୍ସ ହୋଇପାରନ୍ତି। ବର୍ତ୍ତମାନ ସେ ଯେଭଳି ଫର୍ମରେ ଅଛନ୍ତି ତାକୁ ଦେଖିଲେ ବିଶ୍ୱକପ୍‌ରେ ସେ କ’ଣ କରୁଛନ୍ତି ତାହା ଉପରେ ସମସ୍ତଙ୍କର ନଜର ରହିବ।

ସୂର୍ଯ୍ୟକୁମାର ବଲ୍‌ର ଗତିକୁ ଉପଯୋଗ କରିବାକୁ ପସନ୍ଦ କରନ୍ତି। ପର୍ଥ, ମେଲବୋର୍ନ ଏବଂ ସେଠାରେ ଥିବା ସମସ୍ତ ଗ୍ରାଉଣ୍ଡରେ ଅତିରିକ୍ତ ଗତି ରହିବ, ଏହାକୁ ବ୍ୟବହାର କରିହେବ। ତାଙ୍କର ବ୍ୟାକ୍‌ଫୁଟ୍‌ କଭର୍‌ ଡ୍ରାଇଭ୍‌ ବହୁତ ଭଲ। ସେ ବହୁତ ଭଲ ଭାବେ ଏହାକୁ ଖେଳନ୍ତି। ସେ ଜଣେ ଅଲରାଉଣ୍ଡର ଖେଳାଳି ବୋଲି ଷ୍ଟେନ୍‌ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?