ଡାଲି, ତୈଳବୀଜ ସଂଗ୍ରହ ୨୦% ବୃଦ୍ଧି

ଭୁବନେଶ୍ୱର,୧୧।୮(ବ୍ୟୁରୋ): ଚଳିତ ବର୍ଷ ଡାଲି ଜାତୀୟ ଓ ତୈଳବୀଜ ସଂଗ୍ରହ ବୃଦ୍ଧି ପାଇଛି। ୨୦୧୮-୧୯ରେ ରାଜ୍ୟରେ ସମୁଦାୟ ୭୫୯୩.୨୮୦ ମେଟ୍ରିକ୍‌ ଟନ୍‌ ଡାଲି ଓ ତୈଳବୀଜ ଜାତୀୟ ଫସଲ ସଂଗ୍ରହ କରାଯାଇଛି। ୨୦୧୯-୨୦ ରବି ଋତୁରେ ୯୧୨୭.୭୯୬ ମେଟ୍ରିକ୍‌ ଟନ ସଂଗ୍ରହ କରାଯାଇଛି। ଗତ ବର୍ଷ ତୁଳନାରେ ୨୦ ପ୍ରତିଶତ ଅଧିକ ସଂଗ୍ରହ ହୋଇଛି। ସୋମବାର ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ତୈଳବୀଜ ଫସଲ ଏବଂ ଡାଲି ଜାତୀୟ ଫସଲ ସଂଗ୍ରହ ନେଇ ସମୀକ୍ଷା କରିଛନ୍ତି। ମାର୍କଫେଡ୍‌ ଦ୍ୱାରା ଗତ ବର୍ଷ ରାଜ୍ୟର ୮ ଜିଲାରୁ ତୈଳ ଓ ଡାଲି ଜାତୀୟ ଫସଲ ସଂଗ୍ରହ କରାଯାଇଥିଲା। ଚଳିତ ବର୍ଷ ୧୩ ଜିଲାରୁ ବିଭିନ୍ନ ପ୍ରାଥମିକ ସମବାୟ ସମିତି ଦ୍ୱାରା ମୁଗ, ଚିନାବାଦାମ ଓ ସୂର୍ଯ୍ୟମୁଖୀ ମଞ୍ଜି ସଂଗ୍ରହ କରାଯାଇଛି। ଯାଜପୁରରୁ ୨୫କୋଟି ୨୪ଲକ୍ଷ ୪୯ହଜାର ୯୨୫ ଟଙ୍କା ମୂଲ୍ୟର ଡାଲି ଓ ତୈଳବୀଜ ସଂଗ୍ରହ କରାଯାଇଛି। ମାଲକାନଗିରିରୁ ୯ କୋଟି ୮୬ ଲକ୍ଷ ୭୩ ହଜାର ୪୪୦ ଟଙ୍କା, ଜଗତ୍‌ସିଂହପୁର ଜିଲାରୁ ୮କୋଟି ୯୮ଲକ୍ଷ ୪୭ହଜାର, ୩୧୫ ଟଙ୍କା ଏବଂ ପୁରୀରୁ ୬ କୋଟି ୬୬ ଲକ୍ଷ ୩୭ ହଜାର ୧୫୮ ଟଙ୍କାର ଡାଲି ଜାତୀୟ ଓ ତୈଳବୀଜ ସଂଗ୍ରହ କରାଯାଇଛି। ଗତ ବର୍ଷ ୫୦ କୋଟି ୮୩ ଲକ୍ଷ ୮୪ ହଜାର ୯୦୦ଟଙ୍କାର ଡାଲି ଓ ତୈଳବୀଜ ଚାଷୀଙ୍କଠାରୁ ସର୍ବନିମ୍ନ ସହାୟକ ମୂଲ୍ୟରେ କିଣାଯାଇଥିବାବେଳେ ଚଳିତ ବର୍ଷ ୬୦କୋଟି ୨୩ଲକ୍ଷ ୯୨ହଜାର ୩୪୬ଟଙ୍କାର କିଣାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି। ସେଥିମଧ୍ୟରେ ୬୯୯୫.୩୮୨ ମେଟ୍ରିକ ଟନ୍‌ ମୁଗ, ୨୦୧୧.୩୩୫ ମେଟ୍ରିକ୍‌ ଟନ୍‌ ଚିନାବାଦାମ ଏବଂ ୧୨୧.୦୭୯ ମେଟ୍ରିକ ଟନ୍‌ ସୂର୍ଯ୍ୟମୁଖୀ ମଞ୍ଜି ସଂଗ୍ରହ କରାଯାଇଥିବା ବୈଠକରେ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri