ଭୀମସାର ନିର୍ଦ୍ଦେଶକଙ୍କ ଅଫିସ ଆଗରେ ଦଳିତ ସେନାର ବିକ୍ଷୋଭ

ସମ୍ବଲପୁର, ୧୪।୧ (ବ୍ୟୁରୋ): ବୁର୍ଲା ଭୀମସାରଠାରେ ଠିକା ସଫେଇ କର୍ମଚାରୀଙ୍କ ବିଭିନ୍ନ ଦାବି ନେଇ ବୁଧବାର ଓଡିଶା ଆଦିବାସୀ ଦଳିତ ସେନା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପୂର୍ବାହ୍ନ ସାଢ଼େ ୧୧ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଆନ୍ଦୋଳନକାରୀ ଦାବି ପୂରଣ ଲାଗି ସ୍ଲୋଗାନ ଦେଇଥିଲେ। ଏହାପରେ ଭୀମସାର କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ। ଏକମାସ ମଧ୍ୟରେ ଠିକା କର୍ମଚାରୀଙ୍କ ସମସ୍ୟା ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନକାରୀ ଶାନ୍ତ ହୋଇଥିଲେ। ଆଦିବାସୀ ଦଳିତ ସେନାର ସଭାପତି ପ୍ରଶାନ୍ତ କୁମାର ହାଓ, ସାଧାରଣ ସମ୍ପାଦକ ଶ୍ୟାମସୁନ୍ଦର ମୁଣ୍ଡା, ଉପସଭାପତି ପ୍ରୀତି ପ୍ରଧାନ, ନାରୀନେତ୍ରୀ ସୁବର୍ଣ୍ଣ ନାୟକ ଓ ଚନ୍ଦ୍ରକାନ୍ତି ନାୟକ ଆନ୍ଦୋଳନର ନେତୃତ୍ୱ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ଜମନକିରାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ୧୮୫ ପଦବୀରୁ ୮୯ ଖାଲି, ଡାକ୍ତର-କର୍ମଚାରୀ ଅଭାବରେ ରୋଗୀ ହନ୍ତସନ୍ତ

ଜମନକିରା,୪।୯:(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିବା ଦାବି କରୁଥିବା ବେଳେ, ବାସ୍ତବ ଚିତ୍ର କିନ୍ତୁ…

ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ

ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri