Posted inଜାତୀୟ

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା

ଗୁରୁଗ୍ରାମ,୩୧।୮- ୧୩ ବର୍ଷୀୟା ଦଳିତ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଛି। ଏଭଳି ଘଟଣା ଘଟିଛି ଉତ୍ତର ଦିଲ୍ଲୀର ନରେଲା ଅଞ୍ଚଳରେ। ହତ୍ୟା ପରେ ମୃତଦେହକୁ ଯଥା ଶୀଘ୍ର ସଂସ୍କାର କରିବା ପାଇଁ ପୀଡ଼ିତାଙ୍କ ପରିବାରବର୍ଗଙ୍କ ଉପରେ ଅଭିଯୁକ୍ତ ଚାପ ପକାଇଥିଲେ। ଏ ନେଇ ପୀଡ଼ିତାଙ୍କ ବାପା ପିସିଆର୍‌କୁ ଫୋନ କରି ଜଣାଇବା ପରେ ଘର ମାଲିକଙ୍କ ଭାଇ ପ୍ରବୀଣ ବର୍ମାଙ୍କୁ ଗିରଫ କରାଯାଇଛି।

ଗତ ୧୭ ତାରିଖରେ ମୋ ଘର ମାଲିକଙ୍କ ସ୍ତ୍ରୀ କହିଥିଲେ ଯେ, ତାଙ୍କ ନଣନ୍ଦ ମାତୃତ୍ୱ ଲାଭ କରିଛନ୍ତି। ଏଣୁ ତାଙ୍କ ଭାଇ ଘର ଗୁରୁଗ୍ରାମକୁ ମୋ ଝିଅକୁ ସାଙ୍ଗରେ ନେଇଥିଲେ। ସେଠାରେ ମୋ ଝିଅ ତାଙ୍କ ଭାଇଙ୍କ ଝିଅ ସହ ଖେଳିବ ବୋଲି ସେ କହିଥିଲେ। କିନ୍ତୁ ଗତ ୨୩ ତାରିଖ ଅପରାହ୍ନ ୩ଟା ବେଳେ ଝିଅର ମୃତ୍ୟୁ ହୋଇଥିବା ଜଣାଇଥିଲେ ଘର ମାଲିକ। ପ୍ରାୟ ସନ୍ଧ୍ୟା ୭ଟା ବେଳେ ଏକ ବେସରକାରୀ ଆମ୍ବୁଲାନ୍ସରେ ଝିଅର ମୃତଦେହ ଫେରିଥିଲା ବୋଲି ପୀଡ଼ିତାଙ୍କ ବାପା ଅଭିଯୋଗରେ ଦର୍ଶାଇଛନ୍ତି।

ଝିଅର ମୃତଦେହ ଦେଖିବା ପରେ ସନ୍ଦେହ ହେବାରୁ ସେ ପିସିଆରକୁ ଫୋନ କରିଥିଲେ। ନରେଲା ପୋଲିସ ଘଟଣା ସ୍ଥଳରେ ପହଞ୍ଚିବା ପରେ ମୃତଦେହକୁ ଜାହାଙ୍ଗିରପୁରୀସ୍ଥିତ ବାବୁ ଜଗଜିବନ ରାମ ହସ୍ପିଟାଲରେ ନିଆଯାଇଥିଲା। ଗୁରୁଗାଓଁ ପୋଲିସ ଅଭିଯୁକ୍ତଙ୍କ ବିରୋଧରେ ୩୦୨ (ହତ୍ୟା) ଓ ୧୨୦ ବି (ଅପରାଧିକ ଷଡ଼ଯନ୍ତ୍ର) ଦଫାରେ ମାମଲା ରୁଜୁ କରିଛି। ଶବ ବ୍ୟବଚ୍ଛେଦ ରିପୋର୍ଟରେ ଯୌନ ନିର୍ଯାତନା ପ୍ରାମାଣିତ ହେଲେ ସେହି ସମ୍ପର୍କୀତ ଦଫା ଯୋଡ଼ାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ମଣିଷଙ୍କ ମୁହଁ ଦେଖି ଆବେଗ ବୁଝିପାରନ୍ତି କୁକୁର

ବର୍ଲିନ,୧୨।୮(ରଏଟର୍ସ): କୁକୁର ମଣିଷର ଅତ୍ୟନ୍ତ ବିଶ୍ୱସ୍ତ ବୋଲି କୁହାଯାଇଥାଏ। ତେବେ ନିକଟରେ ୟୁନିଭର୍ସିଟି ଅଫ୍‌ ଭିଏନାର ଗବେଷକମାନେ କରିଥିବା ଏକ ଗବେଷଣାରୁ ଜଣାପଡ଼ିଛି, କୁକୁରମାନେ ଲୋକଙ୍କ ମୁହଁ…

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି…

ଭିତରେ ବସିଥିଲେ ୨୨୪ ଯାତ୍ରୀ: ହଠାତ୍‌ ମଝି ଆକାଶରେ ଫେଲ ହେଲା ଇଣ୍ଡିଗୋ ଇଞ୍ଜିନ, ତା’ପରେ…

ନୂଆଦିଲ୍ଲୀ,୧୨।୮: ଏୟାର ଇଣ୍ଡିଆର ଫ୍ଲାଇଟରେ ଟରବୁଲେନ୍ସ ପରେ ଇଣ୍ଡିଗୋର ଫ୍ଲାଇଟ ଇଞ୍ଜିନ ଫେଲ ହେବାର ମାମଲା ସାମ୍ନାକୁ ଆସିଛି। ଉଭୟ ମାମଲାରେ ଫ୍ଲାଇଟ ଦୁର୍ଘଟଣାର ଶିକାର ହେବାରୁ…

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…

ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା ଶୁଭାରମ୍ଭ କଲେ ବିଧାୟକ, ସ୍ଲୋଗାନରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୨।୮(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ବଡ଼ ଚମତ୍କାର! ଏହି ୩ ରାଶିଙ୍କୁ ମିଳିବ ଧନ ଓ କ୍ୟାରିୟରରେ ଜବରଦସ୍ତ ଲାଭ

ମଙ୍ଗଳ ଗ୍ରହ ୨୪ ଜୁଲାଇରେ ମୃଗଶିରା ନକ୍ଷତ୍ରରେ ପ୍ରବେଶ କରିଥିଲେ। ବର୍ତ୍ତମାନ ଆଜି ୧୨ ଅଗଷ୍ଟ ବୁଧବାର ରାତ୍ରୀ ୧୦ଟା ୪୨ ମିନିଟରେ ମଙ୍ଗଳ ଗ୍ରହ ଆର୍ଦ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri