ପ୍ରେମ ପାଇଁ ଦେଶ ଛାଡ଼ିବେ ଏହି ଲୋକପ୍ରିୟ ଅଭିନେତ୍ରୀ

ବମ୍ବେ: ପୁଣି ଥରେ ବିବାହ କରିବାକୁ ଯାଉଛନ୍ତି ଟେଲି ପରଦାର ଲୋକପ୍ରିୟ ଦଲଜୀତ କୌର। ବିବାହ ପରେ ସେ ନିଜର ପାର୍ଟନର ନିକ୍‌ ପଟେଲଙ୍କ ସହ ବିଦେଶ ଚାଲିଯିବେ। ସୋସିଆଲ ମିଡିଆ ଜରିଆରେ ସେ ପ୍ରଶଂସକଙ୍କୁ ଏହି ଖୁସି ଖବର ଜଣାଇଛନ୍ତି। ତାଙ୍କ ନିକଟକୁ ପ୍ରଶଂସକଙ୍କ ଶୁଭେଚ୍ଛାର ସୁଅ ଛୁଟୁଛି।

ଦଲଜୀତ ଇନଷ୍ଟାଗ୍ରାମରେ ନିକ୍‌ଙ୍କ ସହ ଫଟୋ ଶେୟାର କର ଲେଖିଛନ୍ତି, ଭାଗ୍ୟ ଆମ ଦୁହିଁଙ୍କ ଆତ୍ମାକୁ ଏକାଠି କରିବାରେ ନିଜ ଭୂମିକା ତୁଲାଇଛନ୍ତି। ସର୍ବଦା ଏକାଠି ରହିବାର ଯାତ୍ରା ଏବେଠୁ ଆରମ୍ଭ ହେଉଛି। ନୂଆ ଜୀବନ, ନୂଆ ଦେଶ(ଆଫ୍ରିକାରେ କେନିଆ), ନୂଆ ଆରମ୍ଭ।

ନିକ୍‌ଙ୍କ ବିଷୟରେ କହିଲେ, ସେ ଜଣେ ବ୍ୟବସାୟୀ ହୋଇଥିବା ବେଳେ କେନିଆରେ ରୁହନ୍ତି। ତାଙ୍କର ଦୁଇ ଝିଅ ଅଛନ୍ତି, ଯାହାଙ୍କୁ ସେ ବହୁତ ଭଲପାଆନ୍ତି। ସେହିଭଳି ଦଲଜୀତ ୨୦୦୯ରେ ଅଭିନେତା ଶାଳୀନ ଭନୋଟଙ୍କୁ ବିବାହ କରିଥିଲେ। ବିବାହର କିଛି ବର୍ଷ ସବୁକିଛି ଠିକ୍‌ ଚାଲିଥିଲା। ହେଲେ ୩ ବର୍ଷ ପରେ ଦୁହେଁ ମାତାପିତା ହୋଇଥିଲେ। ଧୀରେ ଧୀରେ ତାଙ୍କ ସମ୍ପର୍କରେ ଫାଟ ସୃଷ୍ଟି ହୋଇଥିଲା। ଦଲଜୀତ ଶାଳୀନ ଏବଂ ତାଙ୍କ ପରିବାର ଉପରେ ଘରୋଇ ହିଂସାର ଅଭିଯୋଗ କରିଥିଲେ। ପରେ ୨୦୧୫ରେ ସେମାନେ ଛାଡ଼ପତ୍ର ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri