ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ ଓ ଚାଷଜମିକୁ ମାଡ଼ିଯାଇଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଗ୍ରାମପଞ୍ଚାୟତର ସାଲେପଦର ଗାଁର କିଆ ନାଳ ଉପରେ ନିର୍ମିତ ବନ୍ଧ ହିଡ଼ରେ ଦେଖିବାକୁ ମିଳିଛି।

ମିଳିଥିବା ସୂଚନାନୁସାରେ, ସାଲେପଦର କିଆ ନାଳ ବନ୍ଧର ମାଟି କାମ ୨୦୨୫-୨୬ ଆର୍ଥିକ ବର୍ଷରେ ପଞ୍ଚମ ଏସ୍‌ଏଫ୍‌ସି ପାଣ୍ଠିରୁ ୧ ଲକ୍ଷ ୭୫ ହଜାର ୫୯୨ ଟଙ୍କା ବ୍ୟୟରେ କରାଯାଇଥିଲା। ତେବେ କାମ ଶେଷ ହେବାର କିଛି ଦିନ ମଧ୍ୟରେ ବର୍ଷାଜଳରେ ବନ୍ଧ ହିଡ଼ ଧୋଇଯାଇଛି। ଫଳରେ ପୋଖରୀର ପାଣି ଗାଁ ଓ ନିକଟସ୍ଥ ଚାଷଜମିକୁ ମାଡ଼ିଯାଇ ଫସଲ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି।

ସ୍ଥାନୀୟ ଲୋକଙ୍କ କହିବାନୁସାରେ, ମାଟି କାମ ସମୟରେ ଗୁଣାତ୍ମକ ମାଟି ବ୍ୟବହାର କରାନଯାଇ ରାସ୍ତାକଡ଼ରେ ପଡ଼ିଥିବା ପ୍ଲାଷ୍ଟିକ ମିଶ୍ରିତ ମାଟି ବ୍ୟବହାର କରାଯାଇଥିଲା। ଫଳରେ ହିଡ଼ଟି ସାମାନ୍ୟ ବର୍ଷାଜଳକୁ ମଧ୍ୟ ସହିପାରି ନ ଥିବା ନେଇ ସ୍ଥାନୀୟ ଅଞ୍ଚଳରେ ଆଲୋଚନା ହେଉଛି। ତେବେ ଏହି ଅଭିଯୋଗର ସତ୍ୟତା ବିଭାଗୀୟ ତଦନ୍ତ ପରେ ସ୍ପଷ୍ଟ ହେବ।

ଏ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ଦେବରତ ବେହେରାଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାଙ୍କ ଫୋନ୍‌ ଅଫ୍‌ ଥିବାରୁ ପ୍ରତିକ୍ରିୟା ମିଳିପାରି ନ ଥିଲା।

ସରକାରୀ ଅର୍ଥରେ ହୋଇଥିବା ଏହି କାମର ଗୁଣାତ୍ମକ ମାନ ଯାଞ୍ଚ କରିବା ସହ ଘଟଣାର ତଦନ୍ତ କରି ଦାୟୀ ବ୍ୟକ୍ତିଙ୍କ ବିରୋଧରେ ଆବଶ୍ୟକ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି। ଏଥିସହ ନଷ୍ଟ ହୋଇଥିବା ବନ୍ଧ ହିଡ଼ର ତୁରନ୍ତ ମରାମତି କରିବାକୁ ମଧ୍ୟ ଦାବି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri