ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ

ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି।

ମିଳିଥିବା ସୂଚନାନୁସାରେ, ବ୍ଲକ ଅଧିକ ସ୍ଥାନୀୟ କେବି ଦାଣ୍ଡୁଆ ପାଞ୍ଚାୟତ ସ୍ଥାନୀୟ ରଡିଆ-କଂସାର ସଂଲଗ୍ନ ଗୋବରୀ ନଦୀ ପାର୍ଶ୍ୱରେ ବହୁ କୋଟି ଟଙ୍କା ବ୍ୟୟରେ ବନ୍ଧ ନିର୍ମାଣ ହୋଇଥିଲା। ହଲେ ନିମ୍ନମାନର ରାସ୍ତା ନିର୍ମାଣ ଯୋଗୁ ଜୁଆର ମାଡ଼ରେ କୂଳ ଲଙ୍ଘନ କରିଛି। ଫଳରେ କିଛିଦିନ ପୂର୍ବରୁ ଏହି ଘେରି ବନ୍ଧ ନିର୍ମାଣରେ ବହ୍ଲା ବାଲି ବସ୍ତା ଓ ପଲିଥିନ ଜରିରେ ତାଳି ପକାଇ ଜଳ ସମ୍ପଦ ବିଭାଗ କାମ ସାରିଥିଲା। ଅପରପକ୍ଷରେ ଏହି ନଦୀକୂଳରେ କେତେକ ବେଆଇନ ଚିଙ୍ଗୁଡି ଘେରି ନିର୍ମାଣ ଯୋଗୁ ବିପଦ ସୃଷ୍ଟି କରୁଛି ବୋଲି କହିଛନ୍ତି ଗାଁ ଲୋକମାନେ। ଚିଙ୍ଗୁଡି ଘେରିର ବର୍ଜ୍ୟବସ୍ତୁ ଜଳ ନିଷ୍କାସନ ହେବା ସହିତ କଙ୍କଡ଼ା କୋଚିଆ ଗାତ ଘଳିଆ ଯୋଗୁ ନଦୀବନ୍ଧ ଦୁର୍ବଳ ହେଉଛି ବୋଲି କହିଛନ୍ତି ଗ୍ରାମବାସୀ। ଏ ସମ୍ପର୍କରେ ଆଳି ନଦୀ ତଟବନ୍ଧ (ଜଳସେଚନ ବିଭାଗ) ଅଧୀକ୍ଷଣ ଯନ୍ତ୍ରୀ ସନ୍ଦୀପ ସାହୁଙ୍କ ମତାମତ ନେବାରୁ ରିପୋର୍ଟ ଯାଇଛି, ଖୁବ୍‌ଶୀଘ୍ର ୨୫ କୋଟି ଟଙ୍କାର ଏକ ମେଗା ପ୍ରୋଜେକ୍ଟରେ କାମ ହେବ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଟ୍ରମ୍ପ ଆମ ଜୀବନ ବଞ୍ଚାଇଥିଲେ’ ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଏବେ ମଧ୍ୟ ଭୁଲିନାହିଁ ପାକିସ୍ତାନ; ମନେ ପକାଇ କହିଲା…

ଇସଲାମାବାଦ,୨୬।୯: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ମେ’ ୨୦୨୫ରେ ଭାରତ ଦ୍ୱାରା ପାକିସ୍ତାନ ବିରୋଧରେ ଆରମ୍ଭ କରାଯାଇଥିବା ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଭୁଲି ନାହାନ୍ତି; ସେଥିପାଇଁ ସେ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମରେ ଅଭାବନୀୟ ଘଟଣା: ୪ର୍ଥ ମହଲାରୁ ଖସି ଶିଷ୍ୟଙ୍କ ମୃତ୍ୟୁ, ଗୁପ୍ତାଙ୍ଗ କଟା, ମୁଣ୍ଡରେ ଗଭୀର ଆଘାତ

ନୂଆଦିଲ୍ଲୀ,୨୬।୯: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ ଆଶ୍ରମର ଚତୁର୍ଥ ମହଲାରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି। ଘଟଣାଟି ବୃନ୍ଦାବନ ଅଞ୍ଚଳର ଗୁରୁ…

ପାର୍ୱଣ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ବୋନସକୁ ନେଇ ଆସିଲା ଖରାପ ଖବର

ନୂଆଦିଲ୍ଲୀ,୨୬।୯: ପାର୍ୱଣ ଋତୁ ପୂର୍ୱରୁ କର୍ମଚାରୀମାନେ ବୋନସକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ସରକାରୀ ଏବଂ ଘରୋଇ ସଂସ୍ଥା ବୋନସ ଘୋଷଣା ମଧ୍ୟ କରୁଛନ୍ତି। ଏହି ସମୟରେ…

ବଡ଼ ବିମାନ ଦୁର୍ଘଟଣା; ଦୁଇ ବରିଷ୍ଠ ସାମରିକ ଅଧିକାରୀଙ୍କ ସମେତ ୧୪ ମୃତ

କିନଶାସା,୨୬।୯: ଆଫ୍ରିକୀୟ ଦେଶ ‘ଡେମୋକ୍ରାଟିକ ରିପବ୍ଲିକ ଅଫ ଦ କଙ୍ଗୋ’ (DRC) ରେ ଏକ ବିମାନ ଦୁର୍ଘଟଣାରେ ୧୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦେଶର…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

ପହିଲାରୁ ବଦଳିବ LPG Gasର ୫ ବଡ଼ ନିୟମ! ବୁକିଂ କରିବା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ୧ ତାରିଖରୁ ଏଲପିଜି ସିଲିଣ୍ଡର ସହିତ ଜଡିତ ଅନେକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଗ୍ୟାସ ବୁକିଂ ଓ ରିଫିଲିଂକୁ ପ୍ରଭାବିତ…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?