ଜମିକୁ ପହଞ୍ଚି ପାରୁନି ଡ୍ୟାମ୍‌ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ

ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍‌ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ ମାଡ଼ିବା ସମସ୍ତଙ୍କୁ ଚକିତ କରିଛି। ସେହି ଗ୍ରାମଗୁଡିକ ହେଲା ସାନମହେଶ୍ୱର ପଞ୍ଚାୟତର ଦେଓବାହାଲ ଓ ରଜାମୁଣ୍ଡା, ବରଗାଁ ପଞ୍ଚାୟତର ଡୁମେରବାହାଲ ଓ ବେନ୍ଦ୍ରାବାହାଲ। ଏ ନେଇ ଚାଷୀମାନେ ବିଭିନ୍ନ ସମୟରେ ଦାବି କରିଆସୁଥିଲେ ମଧ୍ୟ ସୁଫଳ ପାଇନାହାନ୍ତି। ଶେଷରେ ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀଙ୍କ ବାସଭବନରେ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି।

ଏହି ସମୟରେ ବିଧାୟକ ପ୍ରତିନିଧି ଅକ୍ଷୟ ନନ୍ଦ, ବିଜେଡି କର୍ମକର୍ତ୍ତା ହିରାଧର ମେହେରଙ୍କ ସମେତ ବରଗାଁ ପଞ୍ଚାୟତ ସରପଞ୍ଚ ତଥା ଡୁମେରବାହାଲ ଗ୍ରାମର ଚାଷୀ ଗୋବିନ୍ଦ ବିହାରୀ ବାରିକ, ପରମେଶ୍ୱର ବାରିକ, ସୁଦାମ ଘିଭେଲା, ଦେଓବାହାଲ ଗ୍ରାମର ଚାଷୀ ରମେଶ କୁମାର ଠାକୁର, ଚାଷୀ ସିଦ୍ଧାର୍ଥ ଶଙ୍କର ଯୋଶୀ, ରଣଜିତ ସିଂ ମହାରଥା ଓ ନରେଶ ମହାରଥା, ବେନ୍ଦ୍ରବାହାଲ ଗ୍ରାମର ଚାଷୀ ଭୁବନେଶ୍ୱର ପଟେଲ, ଦେବଦତ୍ତ ପୋଡ ଓ ଜଗମୋହନ ଶବର, ରଜାମୁଣ୍ଡା ଗ୍ରାମର ଚାଷୀ ମନୋଜ କୁମାର ମିଶ୍ର ଉପସ୍ଥିତ ଥିଲେ। ବିଧାୟକ ଏହି ସମ୍ପର୍କରେ ଅବଗତ ହେବା ପରେ ତୁରନ୍ତ ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗ ଇଞ୍ଜିନିୟର ଇନ୍‌ ଚିଫ, ମେଗା ଜଳସେଚନ ପ୍ରକଳ୍ପର ମୁଖ୍ୟ ଯନ୍ତ୍ରୀ ଓ ତିଖାଲି ଡ୍ୟାମ୍‌ର ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କୁ ଫୋନ କରିବା ସହିତ ମେଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri