ରାସ୍ତାରେ ଘାଇ,୩ ଗାଁ ଜଳବନ୍ଦୀ

ବନ୍ତ, ୨୬।୮(ଡି.ଏନ୍‌.ଏ.)-ଲଘୁଚାପଜନିତ ବର୍ଷା ଓ ରେବ ନଦୀର ଜଳପତ୍ତନ ବୃଦ୍ଧି ଯୋଗୁ ରାସ୍ତାରେ ଘାଇ ସୃଷ୍ଟି ହୋଇ ଭଦ୍ରକ ଜିଲା ବନ୍ତ ବ୍ଲକ ଅଞ୍ଚଳର ୩ଟି ଗ୍ରାମର ଲୋକେ ଜଳବନ୍ଦୀ ହୋଇ ରହିଛନ୍ତି। ଏହି ବ୍ଲକର ମୁଗଗଢିଆ, କସଗଢିଆ ଓ ଗୋହିରାପଦୀ ଗ୍ରାମର ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ପରିବାର ଜଳଘେରରେ ରହି ଦୁର୍ଦ୍ଦଶା ଭୋଗୁଛନ୍ତି।
କେନ୍ଦୁଆପଦା ପଞ୍ଚାୟତ ଗୋହିରାପଦୀରୁ ମୁଗଗଢିଆ ଦେଇ ବି.କେ.ବି.ଏମ୍‌ ରୋଡ୍‌କୁ ସଂଯୋଗ କରୁଥିବା ରାସ୍ତାର ମୁଗଗଢିଆଠାରେ ଏହି ଘାଇ ସୃଷ୍ଟି ହୋଇଛି। ଫଳରେ ଶତାଧିକ ଏକର ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି। ଏଥିସହ ବି.କେ.ବି.ଏମ୍‌ ରୋଡ୍‌ରେ ଗଣ୍ଡଗରାଠାରୁ ଗୋହିରାପଦୀ ପର୍ଯ୍ୟନ୍ତ ଯୋଗାଯୋଗ ବିଛିନ୍ନ ହୋଇପଡ଼ିଛି। ଉପରୋକ୍ତ ଗ୍ରାମରେ ବିଦ୍ୟାଳୟ, ଅଙ୍ଗନୱାଡି କେନ୍ଦ୍ର ରହିଥିବା ବେଳେ ଲୋକେ ଡାକ୍ତରଖାନା, ବ୍ୟାଙ୍କ, ଅତ୍ୟାବଶ୍ୟକ ସାମଗ୍ରୀ ଓ ଦୈନନ୍ଦିନ କାର୍ଯ୍ୟ ପାଇଁ କେନ୍ଦୁଆପଦା, ଆମ୍ବଗଢିଆ, ଶେଣ୍ଢତୀରା ବଜାର ଉପରେ ନିର୍ଭର କରିଥାନ୍ତି ା ଏହି ରାସ୍ତା ଦେଇ ଲୋକେ ବ୍ଲକ ସଦର ମହକୁମା ଓ ଜିଲା ମୁଖ୍ୟାଳୟକୁ ଯାତାୟାତ କରିଥାନ୍ତି। ଏହି ରାସ୍ତାର ମରାମତି ନେଇ ଗ୍ରାମବାସୀ ବାରମ୍ବାର ଅଭିଯୋଗ କରିଆସୁଥିଲେ ମଧ୍ୟ ପ୍ରଶାସନ ଏଥିପ୍ରତି ଧ୍ୟାନ ଦେଉ ନ ଥିବା ସେମାନେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ ଗୋହିରାପଦୀଠାରେ ରେଳବାଇ ପୋଲ ଦେଇ ପ୍ରାୟ ଅଢେଇ ଫୁଟ୍‌ ଉଚ୍ଚତାର ଜଳ ପ୍ରବାହିତ ହେଉଛି।
ମଙ୍ଗଳବାର କ୍ରାନ୍ତିକାରୀ କୃଷକ ମହାସଂଘର ଆବାହକ ଭବେନ୍ଦ୍ର ସାହୁଙ୍କ ନେତୃତ୍ୱରେ ଉକ୍ତ ୩ଗ୍ରାମର ଶତାଧିକ ଜନସାଧାରଣ ବିଡିଓ ରେବେକା ବିଲୁଙ୍ଗଙ୍କୁ ଭେଟି ସମସ୍ୟା ସମ୍ପର୍କରେ ଜଣାଇଥିଲେ। ବିଡିଓ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ଖୁବ୍‌ଶୀଘ୍ର ଏହାର ସମାଧାନ ହେବ ବୋଲି ଲୋକଙ୍କୁ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି। ଏନେଇ ସ୍ଥାନୀୟ ସରପଞ୍ଚ ମିତାଲୀ ଜେନାଙ୍କୁ ପଚାରିବାରୁ ସି.ଏଫ.ସି ଓ ଏସ୍‌.ଏଫ.ସି ଅର୍ଥରେ ବଡ଼ ରାସ୍ତା ତିଆରି କରିହେବ ନାହିଁ ବୋଲି କହିଥିଲେ। ତେବେ ୪୮ ଘଣ୍ଟା ମଧ୍ୟରେ ପ୍ରଶାସନ ଏ ଦିଗରେ ପଦକ୍ଷେପ ଗ୍ରହଣ ନ କଲେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି କୃଷକ ମହାସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri