ମରାମତି ତାଲିକାରେ ସ୍ଥାନପାଇନି ବିପର୍ଯ୍ୟସ୍ତ ରାସ୍ତା

ନାଉଗାଁ,୨୦ା୧୨(ସ୍ବ.ପ୍ର): ଗତ ସେପ୍ଟମ୍ବରରେ ହୋଇଥିବା ପ୍ରବଳ ବର୍ଷାରେ ନାଉଗାଁ ବ୍ଳକର ଅନେକ ରାସ୍ତା ଧୋଇ ଯାଇଥିଲା। ବର୍ଷାରେ କ୍ଷତିଗ୍ରସ୍ତ ହୋଇଥିବା ରାସ୍ତାକୁ ପୁନଃ ମରାମତି କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏନେଇ ବ୍ଲକ ପ୍ରଶାସନ ପକ୍ଷରୁ ତାଲିକା ପ୍ରସ୍ତୁତ କରାଯାଇଥିଲା। ଏହାକୁ ଜିଲା ପ୍ରଶାସନକୁ ହସ୍ତାନ୍ତର କରାଯାଇଥିଲା। ତାହାର ତାଲିକା ଏବେ ଜିଲାପାଳଙ୍କ ପୋର୍ଟାଲରେ ପ୍ରକାଶ ପାଇଛି । ଏହି ତଥ୍ୟ ଅନୁସାରେ ବର୍ଷାରେ ବ୍ଳକର ୧୬ ପଞ୍ଚାୟତରେ ୬୯ଟି ରାସ୍ତା ଧୋଇ ହୋଇଯାଇଥିଲା। ଏଗୁଡ଼ିକର ମରାମତି ପାଇଁ ୧ କୋଟି ୩ ଲକ୍ଷ ୫୦ ହଜାର ଟଙ୍କା ବ୍ୟୟବରାଦ କରାଯାଇଛି।
ତେବେ ପ୍ରକୃତ ରାସ୍ତାର ଲମ୍ବ କେଉଁଠି ୪୦ ଫୁଟ, ଆଉ କେଉଁଠି ୬୦ ଫୁଟ ହୋଇଥିବା ବେଳେ ପୋର୍ଟାଲରେ ଏହାକୁ ଏକ କିଲୋମିଟର ଦର୍ଶାଇ ଅଧିକ ବିଲ୍‌ କରିବାକୁ ମସୁଧା କରାଯାଇଛି। ସେନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ବିଭିନ୍ନ ପଞ୍ଚାୟତରେ ବର୍ଷାରେ ଅଧିକ ରାସ୍ତା ବିପର୍ଯ୍ୟସ୍ତ ହୋଇଥିବା ବେଳେ ତାଲିକାରେ ସେଗୁଡ଼ିକୁ ଦେଖିବାକୁ ମିଳୁନି। ଅପରପକ୍ଷେ ସାମାନ୍ୟ ଖାଲଖମା ଥିବା ରାସ୍ତାକୁ ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଥିବା ଅଭିଯୋଗ ହୋଇଛି। କୋରୁଅ ପଞ୍ଚାୟତ କାର୍ଯ୍ୟାଳୟଠାରୁ ବାଲିଗାଁ ବାରିକ ସାହି ରାସ୍ତା, ତିରୁଣା ପଞ୍ଚାୟତର ଗ୍ରାମ୍ୟ ଉନ୍ନୟନ ରାସ୍ତାରୁ ବେହୁରା ସାହି ପଯ୍ୟନ୍ତ ରାସ୍ତା ବର୍ଷାରେ ଶୋଚନୀୟ ହୋଇଯାଇଥିଲେ ମଧ୍ୟ ତାଲିକାରେ ସ୍ଥାନ ପାଇନାହିଁ। ଗତ ଅମ୍ଫନ ବାତ୍ୟାରେ ବ୍ଳକରେ ଏହିପରି ଅନେକ ରାସ୍ତା ବିପଯ୍ୟସ୍ତ ହୋଇଥିଲେ ମଧ୍ୟ ଚଞ୍ଚକତା କରାଯାଇ ଏହାକୁ ବାଦ୍‌ ଦିଆଯାଇ ବ୍ୟକ୍ତିଗତ ସ୍ଥାନରେ ରାସ୍ତା ନିର୍ମାଣ କରାଯାଇଥିଲା। ଏନେଇ ସେତେବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ପୁନର୍ବାର ବ୍ଲକ ପ୍ରଶାସନ ପକ୍ଷରୁ ମନମୁଖି ଭାବେ ତାଲିକା ପ୍ରସ୍ତୁତ କରାଯାଇଥିବା ନେଇ ସୁବାସ ସ୍ବାଇଁ, ଅଶୋକ ସ୍ବାଇଁ ଓ ନିରଞ୍ଜନ ସାହୁ ପ୍ରମୁଖ ଅଭିଯୋଗ କରିଛନ୍ତି।
ଏ ସମ୍ପର୍କରେ ବିଡିଓ ରଶ୍ମିରେଖା ମଲ୍ଲିକ କୁହନ୍ତି, ପଞ୍ଚାୟତ ଦାୟିତ୍ୱରେ ଥିବା ଯନ୍ତ୍ରୀଙ୍କୁ ରାସ୍ତା ତଦାରଖ କରି ତାଲିକା ପ୍ରସ୍ତୁତ କରିବା ପାଇଁ କୁହାଯାଇଥିଲା। ଯଦି ଆବଶ୍ୟକଠାରୁ ଦୂରତ୍ୱ କମ୍‌ ଥିବ ତାହାକୁ ମାପ କରାଯାଇ ବିଲ୍‌ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri