ଅନ୍‌ଲାଇନରେ ଆବେଦନ କରିବେ କ୍ଷତିଗ୍ରସ୍ତ ଜମାକାରୀ

ଭୁବନେଶ୍ୱର,୫।୬(ବ୍ୟୁରୋ): ବିଭିନ୍ନ ଆର୍ଥିକ ପ୍ରତିଷ୍ଠାନରେ କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନଙ୍କୁ ଚିହ୍ନଟ ଓ ସେମାନଙ୍କର ଜମା ରାଶିର ପରିମାଣ ନିରୂପଣ ସକାଶେ ସମ୍ପୃକ୍ତ ଜମାକାରୀମାନଙ୍କଠାରୁ ଅନ୍‌ଲାଇନରେ ଦାବି ଦରଖାସ୍ତ ଆହ୍ବାନ କରାଯିବ। ଜମାକାରୀମାନେ ରାଜ୍ୟ ସରକାରଙ୍କ www.opid.odisha.gov.inରେ ଆବେଦନ କରିପାରିବେ। ଏଥିପାଇଁ ଅର୍ଥ ବିଭାଗ ପକ୍ଷରୁ ଏହି ନୂତନ ଓ୍ବେବ୍‌ସାଇଟ ଆରମ୍ଭ କରାଯାଇଛି। ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ଏହାକୁ ଉନ୍ମୋଚନ କରିଛନ୍ତି। ଭର୍ଚୁଆଲ୍‌ ମୋଡ୍‌ରେ ଏହି ୱେବ୍‌ସାଇଟକୁ ଉନ୍ମୋଚନ କରି ଅର୍ଥମନ୍ତ୍ରୀ କହିଛନ୍ତି ଯେ, ପୂର୍ବରୁ ମେସର୍ସ ରୋଜ୍‌ ଭ୍ୟାଲି ଗ୍ରୁପ୍‌ ଅଫ୍‌ କମ୍ପାନୀର କ୍ଷତିଗ୍ରସ୍ତ ଜମାକାରୀମାନଙ୍କଠାରୁ ଅଫ୍‌ଲାଇନ୍‌ରେ ଦାବି ଆବେଦନ ଆହ୍ବାନ କରାଯାଇଥିଲା। ସେହିସବୁ ଦାବି ଆବେଦନପତ୍ର ଗ୍ରହଣ, ଡିଜିଟାଇଜେଶନ୍‌, ଡିଜିଟାଇଜ ଡାଟା ଅନୁସାରେ କ୍ଷେତ୍ରୀୟ ତଦନ୍ତ ରିପୋର୍ଟର ଡିଜିଟାଇଜେଶନ୍‌ ଆଦି କାର୍ଯ୍ୟ ସମୟସାପେକ୍ଷ, କଷ୍ଟକର ଓ ବ୍ୟୟବହୁଳ ଥିଲା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ସହଜ ଓ ସରଳ ୱେବ୍‌ସାଇଟ ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ ସେଣ୍ଟର (ଓକାକ୍‌) ଜରିଆରେ ପ୍ରସ୍ତୁତ କରିଛନ୍ତି।
ବର୍ତ୍ତମାନ ଏହି ୱେବ୍‌ସାଇଟ ପ୍ରଚଳନ ପରେ ଜମାକାରୀମାନଙ୍କୁ ଦରଖାସ୍ତ ଦେବା ପାଇଁ ଆଉ ତହସିଲ ଅଫିସକୁ ଯିବାକୁ ପଡ଼ିବ ନାହିଁ। ସେମାନେ ନିଜ ଘରୁ କିମ୍ବା ନିକଟସ୍ଥ ‘ମୋ ସେବା କେନ୍ଦ୍ର’ର ସହାୟତା ନେଇ ଅନ୍‌ଲାଇନରେ ଦରଖାସ୍ତ ଦାଖଲ କରିପାରିବେ। ନିକଟସ୍ଥ ‘ମୋ ସେବା କେନ୍ଦ୍ର’ର ଠିକଣା ରାଜ୍ୟ ସରକାରଙ୍କ www.odisha.gov.in ସାଇଟ୍‌ରେ ଉପଲବ୍ଧ ଅଛି। ଅନ୍‌ଲାଇନ ମାଧ୍ୟମରେ ଦାଖଲ ହୋଇଥିବା ଦାବି ଦରଖାସ୍ତଗୁଡ଼ିକୁ ଖୁବ୍‌କମ୍‌ ସମୟ ମଧ୍ୟରେ ପ୍ରକ୍ରିୟାକରଣ କରାଯାଇପାରିବ। ଏହାଛଡ଼ା କ୍ଷେତ୍ରୀୟ ତଦନ୍ତକାରୀ ଟିମ୍‌ ତଦନ୍ତ କରି ପ୍ରକୃତ ଜମାକାରୀ ଚିହ୍ନଟ କରିପାରିବେ। ସେମାନଙ୍କର ବାସ୍ତବ ଜମାରାଶିର ପରିମାଣ ନିରୂପଣ ପାଇଁ ଏହି ୱେବ୍‌ସାଇଟ ମଧ୍ୟ ଅତ୍ୟନ୍ତ ସହାୟକ ହେବ। ଜମାକାରୀମାନେ ଅନ୍‌ଲାଇନ ଆବେଦନ କଲାବେଳେ କୌଣସି ବୈଷୟିକ ଅସୁବିଧାର ସମ୍ମୁଖୀନ ହେଲେ ତାହାର ସମାଧାନ ପାଇଁ ଟୋଲ୍‌ ଫ୍ରି ନମ୍ବର ମଧ୍ୟ ଜାରି କରାଯାଇଛ। ବର୍ତ୍ତମାନ କରୋନା ମହାମାରୀର ପ୍ରକୋପ ଯୋଗୁ ରାଜ୍ୟବ୍ୟାପୀ ଲକ୍‌ଡାଉନ ଓ ଶଟ୍‌ଡାଉନ ଚାଲୁଥିବାବେଳେ ଏହି ୱେବ୍‌ସାଇଟ ପ୍ରଚଳନ ଦ୍ୱାରା ଜମାକାରୀମାନେ ସେମାନଙ୍କର ଦାବି ଆବେଦନ(କ୍ଲେମ୍‌ ଆପ୍ଲିକେଶନ) ଦାଖଲ କରିପାରିବେ। ରାଜ୍ୟ ସରକାରଙ୍କ ୫-ଟି ଅନୁଯାୟୀ ଏହି ୱେବ୍‌ସାଇଟ ପ୍ରଚଳନ ଦ୍ୱାରା ପ୍ରକୃତ କ୍ଷତିଗ୍ରସ୍ତ ଜମାକାରୀଙ୍କୁ ଚିହ୍ନଟ ଓ ସେମାନଙ୍କର ବାସ୍ତବ ଜମାରାଶି ନିରୂପଣ ଅତ୍ୟନ୍ତ ସ୍ବଚ୍ଛତାର ସହିତ ଏକ ନିର୍ଦ୍ଦିଷ୍ଟ ସମୟସୀମାରେ କରାଯାଇପାରିବ।
ପ୍ରାରମ୍ଭିକ ପର୍ଯ୍ୟାୟରେ ହାଇଟେକ୍‌ ଇଷ୍ଟେଟସ୍‌ ଓ ପ୍ରମୋଟର୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ଏବଂ ମେସର୍ସ ରାଜଧାନୀ ସିଷ୍ଟମ୍‌ ଓ ଇଷ୍ଟେଟସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର କଲ୍ୟାଣ ବିହାର ଫେଜ-୨, ଭାଗ୍ୟନଗର, କୁଞ୍ଜବିହାର ଓ ପୁଷ୍ପାଞ୍ଜଳି ଏନ୍‌କ୍ଲେଭ୍‌ ଯୋଜନାରେ ବାସୋପଯୋଗୀ ଜମି (ପ୍ଲଟ୍‌) ପାଇଁ ଟଙ୍କା ଜମା କରି କୌଣସି ଜମି(ପ୍ଲଟ୍‌) କିମ୍ବା ଟଙ୍କା ଫେରସ୍ତ ପାଇନାହାନ୍ତି, ସେମାନଙ୍କଠାରୁ ଅନ୍‌ଲାଇନ ମାଧ୍ୟମରେ ଜୁନ୍‌ ୪ରୁ ଜୁଲାଇ ୧୯ ତାରିଖ ପର୍ଯ୍ୟନ୍ତ ଦାବି ଦରଖାସ୍ତ ଆହ୍ବାନ କରାଯାଉଛି। ପରେ ଅର୍ଥ ଆତ୍ମସାତ୍‌ କରିଥିବା ଅନ୍ୟ କମ୍ପାନୀର କ୍ଷତିଗ୍ରସ୍ତ ଜମାକାରୀମାନଙ୍କଠାରୁ ଅନ୍‌ଲାଇନ ଦାବି ଦରଖାସ୍ତ ଆହ୍ବାନ କରାଯିବ। ଉନ୍ମୋଚନ ଉତ୍ସବରେ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଅଶୋକ ମୀନା ସ୍ବାଗତ ଭାଷଣ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଅର୍ଥ ବିଭାଗର ଅତିରିକ୍ତ ଶାସନ ସଚିବ ନୃସିଂହ ଚରଣ ସ୍ବାଇଁ, କଟକର ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର, ଅର୍ଥ ବିଭାଗର ଯୁଗ୍ମ ଶାସନ ସଚିବ ଚିତ୍ତରଞ୍ଜନ ହୋତା, ରାଜ୍ୟ ଅର୍ଥନୈତିକ ଅପରାଧ ଶାଖାର ଏସ୍‌ପି ଜ୍ଞାନରଞ୍ଜନ ମହାନ୍ତି, ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ ସେଣ୍ଟର ଜେନେରାଲ ମ୍ୟାନେଜର (ପ୍ରଶାସନ) ମଧୁମିତା ରଥ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri