ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀଙ୍କୁ ଭେଟିଲେ ‘ଦମନ’ କଳାକାର

କୁଡୁମୁଲୁଗୁମ୍ମା,୫ା୧୨(ଡି.ଏନ.ଏ.):ଓଡ଼ିଶା ସରକାରଙ୍କ ପରିବାର ଓ ସ୍ବାସ୍ଥ୍ୟ କଲ୍ୟାଣ ବିଭାଗ ପକ୍ଷରୁ ନିର୍ମିତ ଦମନ ଚଳଚ୍ଚିତ୍ରର କଳାକାରମାନେ କୁଡୁମୁଲୁଗୁମ୍ମା ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀଙ୍କୁ ଭେଟିଛନ୍ତି। ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ‘ଦମନ’କୁ ଆଧାର କରି ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳ ଜଳଭଣ୍ଡାର ଆଖପାଖରେ ଏହି ଚଳଚ୍ଚିତ୍ର ଶୁଟିଂ ହୋଇଥିଲା। ଏହାର ନିର୍ଦ୍ଦେଶକ ଭିଷାଲ ମିରିୟା, ସହ ପ୍ରଯୋଜକ ବିଜୟ ପାତ୍ର, ସହ ନିର୍ଦ୍ଦେଶକ ଇମରାନ ଓ ସମ୍ବିତ ଜେନା କୁଡୁମୁଲୁଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି କର୍ମଚାରୀମାନଙ୍କୁ ଭେଟିଥିଲେ। ସୂଚନାଯୋଗ୍ୟ, ଚଳଚ୍ଚିତ୍ର ଦମନରେ ପ୍ରଦର୍ଶିତ ସ୍ବାଭିମାନ ଅଞ୍ଚଳ ଯାନବାଇ, ଯୋଡାମ୍ବ, ଧୂଳିପୁଟ, ରାଲେଗଡ଼ା ଓ ପାପରମେଟଲା ଅଞ୍ଚଳ କୁଡୁମୁଲୁଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ରହିଛି। ଏହି ଅବହେଳିତ ଅଞ୍ଚଳବାସୀ ମ୍ୟାଲେରିଆ ଜ୍ୱରରେ କବଳିତ ହୋଇ ମୃତ୍ୟୁମୁଖରେ ପଡୁଥିଲେ। ରାଜ୍ୟ ସରକାରଙ୍କ ପରିବାର ଓ ସ୍ବାସ୍ଥ୍ୟକଲ୍ୟାଣ ବିଭାଗ, ମାଲକାନଗିରି ଜିଲା ପ୍ରଶାସନ ଓ କୁଡୁମୁଲୁଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀ ଓ ଡାକ୍ତରଙ୍କ ସେବା ଯୋଗୁ ଏହି ଅଞ୍ଚଳ ବର୍ତ୍ତମାନ ମ୍ୟାଲେରିଆମୁକ୍ତ ହୋଇପାରିଛି। ଏଭଳି ଏକ ପ୍ରସଙ୍ଗକୁ ଆଧାର କରି ଦମନ ଚଳଚ୍ଚିତ୍ର ନିର୍ମାଣ ହୋଇଛି। ଇତିମଧ୍ୟରେ ରାଜ୍ୟ ସରକାର ଉକ୍ତ ଚଳଚ୍ଚିତ୍ରକୁ କରମୁକ୍ତ କରିବା ସହ ଓଡ଼ିଶାର ସମସ୍ତ ସଦରମହକୁମାର ସିନେମା ହଲରେ ଏହି ଚଳଚ୍ଚିତ୍ର ଦେଖିବାପାଇଁ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ମାଲକାନଗିରି ଜିଲାକୁ ଆସିଥିବା ଦମନ ଚଳଚ୍ଚିତ୍ରର ପ୍ରଯୋଜକ ଓ ନିର୍ଦ୍ଦେଶକ କୁଡୁମୁଲୁଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ସ୍ବାଭିମାନ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଯୋଗାଉଥିବା ଡାକ୍ତର ଓ ଅନ୍ୟ କର୍ମଚାରୀଙ୍କୁ ଭେଟି ସେମାନଙ୍କ ସହ ଚଳଚ୍ଚିତ୍ର ସମ୍ପର୍କରେ ଆଲୋଚନା କରିଥିଲେ। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଡ.ସନ୍ତୋଷ ଷଡ଼ଙ୍ଗୀଙ୍କ ସହ ସମସ୍ତ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?