ଲୋକସେବା ଭବନରେ ପ୍ରଦର୍ଶିତ ହେଲା ‘ଦମନ’

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ ରବିବାର ଲୋକସେବା ଭବନର କନଭେନଶନ ସେଣ୍ଟରଠାରେ ପ୍ରଦର୍ଶିତ ହୋଇଛି। ଓଡ଼ିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ରାଜ୍ୟ ଚଳଚ୍ଚିତ୍ର ଉନ୍ନୟନ ନିଗମ ସହଯୋଗରେ ଏହାର ପ୍ରଦର୍ଶନ କରାଯାଇଥିଲା। ମାଲେରିଆ ନିରାକରଣ ଉପରେ ନିର୍ମିତ ଏହି ଫିଲ୍ମ କଷ୍ଟକର ସ୍ଥିତିରେ କାର୍ଯ୍ୟ କରୁଥିବା ଡାକ୍ତର ଓ ଅଧିକାରୀଙ୍କ ପାଇଁ ପ୍ରେରଣା ଯୋଗାଇବ। ଦୁର୍ଗମ ଅଞ୍ଚଳର ଏକ ବାସ୍ତବ ଘଟଣାକୁ ଚଳଚ୍ଚିତ୍ର ମାଧ୍ୟମରେ ସାମ୍ନାକୁ ଆଣିବାର ପ୍ରୟାସ ସ୍ବାଗତଯୋଗ୍ୟ। ଏହାକୁ ପ୍ରତି ଜିଲାରେ ପ୍ରଦର୍ଶିତ କରିବା ପାଇଁ ରବିବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି।
ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ କହିଛନ୍ତି, ଏଭଳି ବାସ୍ତବଧର୍ମୀ ଚଳଚ୍ଚିତ୍ର ପ୍ରଚାର ପ୍ରାସର କରିବାର ଆବଶ୍ୟକତା ରହିଛି। ଲୋକପ୍ରିୟତା ଦୃଷ୍ଟିରୁ ଏହାକୁ ପୁନଃ ପ୍ରଦର୍ଶିତ କରାଯିବ ବୋଲି ସେ କହିଛନ୍ତି। ଚଳଚ୍ଚିତ୍ର ଉନ୍ନୟନ ନିଗମ ଅଧ୍ୟକ୍ଷ ସତ୍ୟବ୍ରତ (କୁନା) ତ୍ରିପାଠୀ କହିଛନ୍ତି, ୮୬ବର୍ଷର ଓଡ଼ିଆ ସିନେମାର ଇତିହାସରେ ଏଭଳି ସିନେମା ନିର୍ମାଣ ଏକ ଅଭିନେବ ପଦକ୍ଷେପ। ଆଗାମୀ ଦିନରେ ଏହା ସମସ୍ତ ପ୍ରଯୋଜକ, ନିର୍ଦ୍ଦେଶକ, କଳାକାରଙ୍କୁ ଉତ୍ସାହିତ କରିବ। ଏହି ଅବସରରେ ଚଳଚ୍ଚିତ୍ର ଅଭିନେତା ବାବୁଶାନ୍‌ ମହାନ୍ତି, ନିର୍ଦ୍ଦେଶକ ବିଶାଲ ମୌର୍ଯ୍ୟ, ଦେବୀପ୍ରସାଦ ଲେଙ୍କା ଓ ପ୍ରଯୋଜକ ଦୀପେନ୍ଦ୍ର ସାମଲଙ୍କୁ ମୁଖ୍ୟ ଶାସନ ସଚିବ ସମ୍ବର୍ଦ୍ଧିତ କରିଥିଲେ। ବିଭାଗୀୟ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ। ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଚଳଚ୍ଚିତ୍ର ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?