‘ଦମନ’ ଦେଖିଲେ ଅଧିକାରୀ

ଢେଙ୍କାନାଳ ଅଫିସ, ୬।୧୨: ଢେଙ୍କାନାଳ ଜିଲାପାଳ ସରୋଜ କୁମାର ସେଠୀ, ସ୍ବାସ୍ଥ୍ୟ ବିଭାଗ ଅଧିକାରୀ, କର୍ମଚାରୀ ଏବଂ ସମସ୍ତ ପ୍ରଶାସନିକ ଅଧିକାରୀମାନେ ସୋମବାର ସନ୍ଧ୍ୟା ୬ଟାରେ ଚଳଚ୍ଚିତ୍ର ‘ଦମନ’ ଦେଖିଛନ୍ତି। ସ୍ଥାନୀୟ ଦକ୍ଷିଣକାଳୀ ରୋଡ୍‌ସ୍ଥିତ ପିଏସ୍‌ଆର ସିନେମା ହଲ୍‌ରେ ୨୫୦ଜଣଙ୍କ ଲାଗି ସମସ୍ତ ବ୍ୟବସ୍ଥା କରାଯାଇଥିଲା। ମାଲକାନଗିରି ଭଳି ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ନିରାକରଣରେ ସରକାରୀ ଅଧିକାରୀ, ଡାକ୍ତର ଏବଂ କର୍ମଚାରୀଙ୍କ ଅବଦାନକୁ ‘ଦମନ’ରେ ସ୍ଥାନିତ କରାଯାଇଛି, ଯାହା ଜାତୀୟସ୍ତରରେ ପ୍ରଶଂସା ସାଉଁଟୁଛି। ଏହା ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ। ଏହି ଚଳଚ୍ଚିତ୍ର ସମସ୍ତଙ୍କୁ ଲୋକଙ୍କ ସେବା କରିବା ଲାଗି ଅନୁପ୍ରାଣିତ କରିଛି ବୋଲି ଜିଲାପାଳ କହିଥିଲେ।
ଢେଙ୍କାନାଳର ମ୍ୟାଲେରିଆପ୍ରବଣ ଅଞ୍ଚଳରେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇ ଜିଲାପାଳ କହିଲେ, ଜିଲାର ଦୁର୍ଗମ ଇଲାକାରେ ମେଡିକାଲ ଟିମ୍‌ ପହଞ୍ଚତ୍ ସ୍ବାସ୍ଥ୍ୟ ପରୀକ୍ଷା କରୁଛନ୍ତି। ଆଦିବାସୀ ବହୁଳ କଙ୍କଡ଼ାହାଡ଼ ବ୍ଲକର ଉପାନ୍ତ ପୁଟ୍ଟିପାଳ ଗ୍ରାମବାସୀଙ୍କ ସମସ୍ୟା ବୁଝିବା ସହ ଏହାର ସମାଧାନ କରାଯାଉଛି। ସ୍ବାସ୍ଥ୍ୟ ଶିବିର ଆୟୋଜନ କରାଯାଇ ଲୋକଙ୍କୁ ପରାମର୍ଶ ଦିଆଯାଉଛି। ଆସନ୍ତା ୮ ତାରିଖରେ ପୁନର୍ବାର ପୁଟ୍ଟିପାଳ ଗସ୍ତ କାର୍ଯ୍ୟକ୍ରମ ରହିଥିବା ଜିଲାପାଳ ସୂଚନା ଦେଇଛନ୍ତି।
ଅତିରିକ୍ତ ଜିଲାପାଳ (ସାଧାରଣ) ରମେଶ ଚନ୍ଦ୍ର ସେଠୀ, ଅତିରିକ୍ତ ଜିଲାପାଳ (ରାଜସ୍ବ) ଉଦୟ କୁମାର ମହାପାତ୍ର, ଜିଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ତନ୍ମୟ କୁମାର ଦରୱାନ, ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ସରୋଜ କୁମାର ଦତ୍ତ, ସିଡିଏମ୍‌ଓ ଡା. ଅଶୋକ କୁମାର ଦାଶ, ଏଡିଏମ୍‌ଓ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ଜୟକୃଷ୍ଣ ନାୟକ, ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ସ୍ବାସ୍ଥ୍ୟ ମିଶନ ପରିଚାଳିକା ସୋନାଲି ପ୍ରିୟଦର୍ଶିନୀ, ତହସିଲଦାର ସୁଧାଂଶୁ ଶେଖର, ସାମାଜିକ ସୁରକ୍ଷା ଅଧିକାରୀ ଶୁଭେନ୍ଦୁ ଖୁଣ୍ଟିଆ ପ୍ରମୁଖ ଯୋଗଦେଇଥିଲେ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ଜିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ଜିଲା ସ୍ବାସ୍ଥ୍ୟ ସମିତିର ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri