‘ଦମନ’ ଦେଖିଲେ ଅଧିକାରୀ

ଢେଙ୍କାନାଳ ଅଫିସ, ୬।୧୨: ଢେଙ୍କାନାଳ ଜିଲାପାଳ ସରୋଜ କୁମାର ସେଠୀ, ସ୍ବାସ୍ଥ୍ୟ ବିଭାଗ ଅଧିକାରୀ, କର୍ମଚାରୀ ଏବଂ ସମସ୍ତ ପ୍ରଶାସନିକ ଅଧିକାରୀମାନେ ସୋମବାର ସନ୍ଧ୍ୟା ୬ଟାରେ ଚଳଚ୍ଚିତ୍ର ‘ଦମନ’ ଦେଖିଛନ୍ତି। ସ୍ଥାନୀୟ ଦକ୍ଷିଣକାଳୀ ରୋଡ୍‌ସ୍ଥିତ ପିଏସ୍‌ଆର ସିନେମା ହଲ୍‌ରେ ୨୫୦ଜଣଙ୍କ ଲାଗି ସମସ୍ତ ବ୍ୟବସ୍ଥା କରାଯାଇଥିଲା। ମାଲକାନଗିରି ଭଳି ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ନିରାକରଣରେ ସରକାରୀ ଅଧିକାରୀ, ଡାକ୍ତର ଏବଂ କର୍ମଚାରୀଙ୍କ ଅବଦାନକୁ ‘ଦମନ’ରେ ସ୍ଥାନିତ କରାଯାଇଛି, ଯାହା ଜାତୀୟସ୍ତରରେ ପ୍ରଶଂସା ସାଉଁଟୁଛି। ଏହା ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ। ଏହି ଚଳଚ୍ଚିତ୍ର ସମସ୍ତଙ୍କୁ ଲୋକଙ୍କ ସେବା କରିବା ଲାଗି ଅନୁପ୍ରାଣିତ କରିଛି ବୋଲି ଜିଲାପାଳ କହିଥିଲେ।
ଢେଙ୍କାନାଳର ମ୍ୟାଲେରିଆପ୍ରବଣ ଅଞ୍ଚଳରେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇ ଜିଲାପାଳ କହିଲେ, ଜିଲାର ଦୁର୍ଗମ ଇଲାକାରେ ମେଡିକାଲ ଟିମ୍‌ ପହଞ୍ଚତ୍ ସ୍ବାସ୍ଥ୍ୟ ପରୀକ୍ଷା କରୁଛନ୍ତି। ଆଦିବାସୀ ବହୁଳ କଙ୍କଡ଼ାହାଡ଼ ବ୍ଲକର ଉପାନ୍ତ ପୁଟ୍ଟିପାଳ ଗ୍ରାମବାସୀଙ୍କ ସମସ୍ୟା ବୁଝିବା ସହ ଏହାର ସମାଧାନ କରାଯାଉଛି। ସ୍ବାସ୍ଥ୍ୟ ଶିବିର ଆୟୋଜନ କରାଯାଇ ଲୋକଙ୍କୁ ପରାମର୍ଶ ଦିଆଯାଉଛି। ଆସନ୍ତା ୮ ତାରିଖରେ ପୁନର୍ବାର ପୁଟ୍ଟିପାଳ ଗସ୍ତ କାର୍ଯ୍ୟକ୍ରମ ରହିଥିବା ଜିଲାପାଳ ସୂଚନା ଦେଇଛନ୍ତି।
ଅତିରିକ୍ତ ଜିଲାପାଳ (ସାଧାରଣ) ରମେଶ ଚନ୍ଦ୍ର ସେଠୀ, ଅତିରିକ୍ତ ଜିଲାପାଳ (ରାଜସ୍ବ) ଉଦୟ କୁମାର ମହାପାତ୍ର, ଜିଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ତନ୍ମୟ କୁମାର ଦରୱାନ, ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ସରୋଜ କୁମାର ଦତ୍ତ, ସିଡିଏମ୍‌ଓ ଡା. ଅଶୋକ କୁମାର ଦାଶ, ଏଡିଏମ୍‌ଓ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ଜୟକୃଷ୍ଣ ନାୟକ, ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ସ୍ବାସ୍ଥ୍ୟ ମିଶନ ପରିଚାଳିକା ସୋନାଲି ପ୍ରିୟଦର୍ଶିନୀ, ତହସିଲଦାର ସୁଧାଂଶୁ ଶେଖର, ସାମାଜିକ ସୁରକ୍ଷା ଅଧିକାରୀ ଶୁଭେନ୍ଦୁ ଖୁଣ୍ଟିଆ ପ୍ରମୁଖ ଯୋଗଦେଇଥିଲେ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ଜିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ଜିଲା ସ୍ବାସ୍ଥ୍ୟ ସମିତିର ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri