ଓଲିଉଡ୍‌ରେ ବୈପ୍ଳବିକ ପରିବର୍ତ୍ତନ ଆଣିବ ‘ଦମନ’

ଭୁବନେଶ୍ୱର,୪।୧୧(ବ୍ୟୁରୋ): ବହୁ ପ୍ରତିକ୍ଷାର ଅନ୍ତ ପରେ ଏଥର ଫିଲ୍ମ ଫ୍ରାଇଡେ’ ଶୁକ୍ରବାରରେ ଶୁଭମୁକ୍ତି କରୁଛି ଓଡ଼ିଆ ଚଳଚ୍ଚିତ୍ର ‘ଦମନ’। ବର୍ତ୍ତମାନ ଓଡ଼ିଆ ସିନେମାର ସ୍ଥିତି ଠିକ୍‌ ନ ଥିବାବେଳେ ମୌଳିକ କଥାବସ୍ତୁ ଉପରେ ଆଧାରିତ ଏହି ଫିଲ୍ମ ଓଲିଉଡରେ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ସମସ୍ତେ ଆଶା ପ୍ରକାଶ କରିଛନ୍ତି। ଡାକ୍ତରୀ ପାଠ ଶେଷ କରିବା ପରେ ଯୁବ ଡାକ୍ତର ସିଦ୍ଧାର୍ଥଙ୍କର ନିଯୁକ୍ତି ମାଲକାନଗିରି ଜିଲାର ଉପାନ୍ତ
ଅଞ୍ଚଳରେ ହୋଇଛି। ମୌଳିକ ସୁବିଧା ସୁଯୋଗର ଅଭାବ, ପୁଣି ନକ୍ସଲ ଉପଦ୍ରୁତ ଏହି ଅଞ୍ଚଳରେ ଏହି ଯୁବ ଡାକ୍ତର ଜଣକ କିଭଳି ନିଜ କର୍ତ୍ତବ୍ୟ ସମ୍ପାଦନ କରୁଛନ୍ତି ଓ ଏଥିପାଇଁ ତାଙ୍କୁ କ’ଣ ସବୁ ଅସୁବିଧା ସାମ୍ନା କରିବାକୁ ପଡ଼ୁଛି ତାହା ଦର୍ଶକଙ୍କୁ ଦେଖିବାକୁ ମିଳିବ। ବିଶାଲ ମୌରୟା ଓ ଦେବୀ ପ୍ରସାଦ ଲେଙ୍କାଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଫିଲ୍ମକୁ ଦୀପେନ୍ଦ୍ର ସାମଲ ପ୍ରଯୋଜନା ଦେଇଛନ୍ତି। ଏହି ଫିଲ୍ମରେ ଅଭିନେତା ବାବୁସାନଙ୍କ ସହ କଳାକାର ଭାବେ ଦୀପନ୍ବିତ ଦାସ ମହାପାତ୍ରଙ୍କୁ ଦେଖିବାକୁ ମିଳିବ। ଜେପି ଓ୍ବାର୍ଡସ୍ମିଥ୍‌ ଓ ବାପୁ ଗୋସ୍ବାମୀ ଏହାର ଗୀତ ଲେଖିଥିବା ବେଳେ ସଙ୍ଗୀତରେ ସଜାଇଛନ୍ତି ଗୌରବ ଆନନ୍ଦ ଓ ତାଙ୍କର ଟିମ୍‌। ସେହିପରି ବଲିଉଡରେ କ୍ୟାଟ୍ରିନା କେଫ୍‌ଙ୍କ ଫୋନ ଭୁତ୍‌ (phone bhoot), ସୋନାକ୍ଷୀ ସିହ୍ନା ଓ ହୁମା କ୍ୟୁରେଶୀଙ୍କ ଅଭିନୀତ ଫିଲ୍ମ ‘ଡବଲ ଏକ୍ସଏଲ୍‌’ ଓ ଜାହ୍ନବୀ କପୁରଙ୍କ ଅଭିନୀତ ‘ମିଲି’ ଫିଲ୍ମ ମଧ୍ୟ ରିଲିଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri