ଆଉ ନାହାନ୍ତି ଓଡ଼ିଶୀ ସଙ୍ଗୀତ କଣ୍ଠଶିଳ୍ପୀ ଦାମୋଦର ହୋତା

ଭୁବନେଶ୍ୱର,୬।୨(ବ୍ୟୁରୋ): ପାରମ୍ପରିକ ଓଡ଼ିଶୀ ବା ଉଡ୍ରପଦ୍ଧତୀୟ ଶାସ୍ତ୍ରୀୟ ସଙ୍ଗୀତ ଗାୟକ ଏବଂ ଗବେଷକ ଦାମୋଦାର ହୋତାଙ୍କ ପରଲୋକ ଘଟିଛି। ଶନିବାର ରାତିରେ ନୟାପଲ୍ଲୀସ୍ଥିତ ବାସଭବନ ‘ସୀତାରାମ’ ନିବାସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ହୋଇଥିଲା।

ପଣ୍ଡିତ ହୋତା ୧୯୩୫ ମସିହାରେ ପୁରୀରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତା ଗୋପୀନାଥ ହୋତା ଗୌଡ଼ବାଡ଼ ସାହି ଅଡ଼ଙ୍ଗତିଆଡ଼ି ଯାଗାର ସଭ୍ୟ, ମଲ୍ଲଯୋଦ୍ଧା, ଗାୟକ ଓ ମର୍ଦ୍ଦଳବାଦକ ଥିଲେ । ମାତାଙ୍କ ନାମ ଦଣ୍ଡିମଣି ଦେବୀ । ଶୈଶବ ଅବସ୍ଥାରୁ ସେ ନିଜ ପିତାଙ୍କ ସୁମଧୁର କଣ୍ଠରୁ ଜାଗା ଆଖଡ଼ାରେ ପ୍ରଚଳିତ ଓଡ଼ିଶୀ ସଙ୍ଗୀତ ଶୁଣି ଶୁଣି ଶିକ୍ଷା କରିଥିଲେ । ପରବର୍ତ୍ତୀ ସମୟରେ ସିଂହାରୀ ଶ୍ୟାମସୁନ୍ଦର କରଙ୍କ ଶିଷ୍ୟ ପଣ୍ଡିତ ନୃସିଂହନାଥ ଖୁଣ୍ଟିଆଙ୍କଠାରୁ ସେ ଉଡ୍ରପଦ୍ଧତି ଆଧାରିତ ଶାସ୍ତ୍ରୀୟ ଓଡ଼ିଶୀ ସଙ୍ଗୀତ ଓ ହିନ୍ଦୁସ୍ତାନୀ ସଙ୍ଗୀତ ଶିକ୍ଷା କରିଥିଲେ। ଗୁରୁ କାଶୀନାଥ ମୁଦୁଲିଙ୍କଠାରୁ ସେ ମର୍ଦ୍ଦଳ ଓ ତବଲାବାଦନ ଶିଖିଥିଲେ । ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀଠାରୁ ଆର୍ଥିକ ସହାୟତା ଲାଭକରି ସେ ପଣ୍ଡିତ ଓଁକାର ନାଥ ଠାକୁର ଓ ପଦ୍ମଶ୍ରୀ ବଳବନ୍ତ ରାୟଭଟ୍ଟଙ୍କଠାରୁ ହିନ୍ଦୁସ୍ତାନୀ ସଙ୍ଗୀତରେ ଉଚ୍ଚଶିକ୍ଷା ଲାଭ କରିଥିଲେ। ମୁମ୍ବାଇସ୍ଥିତ ଅଖିଳ ଭାରତୀୟ ଗନ୍ଧର୍ବ ମହାବିଦ୍ୟଳୟରୁ ସେ ଡକ୍ଟରେଟ ମଧ୍ୟ ଲାଭ କରିଥିଲେ । ଓଡ଼ିଶା ତଥା ବାହାରେ ପଣ୍ଡିତ ହୋତା ଜଣେ ଶାସ୍ତ୍ରୀୟ ସଙ୍ଗୀତ ଗବେଷକ, ବିଶେଷ କରି ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତର ଗବେଷକ ଭାବରେ ବେଶ ଆଦୃତ । ତାଙ୍କଦ୍ୱାରା ରଚିତ ୧୭ଖଣ୍ଡ ପୁସ୍ତକ ମଧ୍ୟରୁ ଅନେକ ପୁସ୍ତକ ପାଠ୍ୟପୁସ୍ତକ ଭାବରେ ମଧ୍ୟ ଆଦୃତ ହୋଇଛି । ସେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ମଧ୍ୟ ଶିକ୍ଷାଦାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri