ଆଉ ନାହାନ୍ତି ଓଡ଼ିଶୀ ସଙ୍ଗୀତ କଣ୍ଠଶିଳ୍ପୀ ଦାମୋଦର ହୋତା

ଭୁବନେଶ୍ୱର,୬।୨(ବ୍ୟୁରୋ): ପାରମ୍ପରିକ ଓଡ଼ିଶୀ ବା ଉଡ୍ରପଦ୍ଧତୀୟ ଶାସ୍ତ୍ରୀୟ ସଙ୍ଗୀତ ଗାୟକ ଏବଂ ଗବେଷକ ଦାମୋଦାର ହୋତାଙ୍କ ପରଲୋକ ଘଟିଛି। ଶନିବାର ରାତିରେ ନୟାପଲ୍ଲୀସ୍ଥିତ ବାସଭବନ ‘ସୀତାରାମ’ ନିବାସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ହୋଇଥିଲା।

ପଣ୍ଡିତ ହୋତା ୧୯୩୫ ମସିହାରେ ପୁରୀରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତା ଗୋପୀନାଥ ହୋତା ଗୌଡ଼ବାଡ଼ ସାହି ଅଡ଼ଙ୍ଗତିଆଡ଼ି ଯାଗାର ସଭ୍ୟ, ମଲ୍ଲଯୋଦ୍ଧା, ଗାୟକ ଓ ମର୍ଦ୍ଦଳବାଦକ ଥିଲେ । ମାତାଙ୍କ ନାମ ଦଣ୍ଡିମଣି ଦେବୀ । ଶୈଶବ ଅବସ୍ଥାରୁ ସେ ନିଜ ପିତାଙ୍କ ସୁମଧୁର କଣ୍ଠରୁ ଜାଗା ଆଖଡ଼ାରେ ପ୍ରଚଳିତ ଓଡ଼ିଶୀ ସଙ୍ଗୀତ ଶୁଣି ଶୁଣି ଶିକ୍ଷା କରିଥିଲେ । ପରବର୍ତ୍ତୀ ସମୟରେ ସିଂହାରୀ ଶ୍ୟାମସୁନ୍ଦର କରଙ୍କ ଶିଷ୍ୟ ପଣ୍ଡିତ ନୃସିଂହନାଥ ଖୁଣ୍ଟିଆଙ୍କଠାରୁ ସେ ଉଡ୍ରପଦ୍ଧତି ଆଧାରିତ ଶାସ୍ତ୍ରୀୟ ଓଡ଼ିଶୀ ସଙ୍ଗୀତ ଓ ହିନ୍ଦୁସ୍ତାନୀ ସଙ୍ଗୀତ ଶିକ୍ଷା କରିଥିଲେ। ଗୁରୁ କାଶୀନାଥ ମୁଦୁଲିଙ୍କଠାରୁ ସେ ମର୍ଦ୍ଦଳ ଓ ତବଲାବାଦନ ଶିଖିଥିଲେ । ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀଠାରୁ ଆର୍ଥିକ ସହାୟତା ଲାଭକରି ସେ ପଣ୍ଡିତ ଓଁକାର ନାଥ ଠାକୁର ଓ ପଦ୍ମଶ୍ରୀ ବଳବନ୍ତ ରାୟଭଟ୍ଟଙ୍କଠାରୁ ହିନ୍ଦୁସ୍ତାନୀ ସଙ୍ଗୀତରେ ଉଚ୍ଚଶିକ୍ଷା ଲାଭ କରିଥିଲେ। ମୁମ୍ବାଇସ୍ଥିତ ଅଖିଳ ଭାରତୀୟ ଗନ୍ଧର୍ବ ମହାବିଦ୍ୟଳୟରୁ ସେ ଡକ୍ଟରେଟ ମଧ୍ୟ ଲାଭ କରିଥିଲେ । ଓଡ଼ିଶା ତଥା ବାହାରେ ପଣ୍ଡିତ ହୋତା ଜଣେ ଶାସ୍ତ୍ରୀୟ ସଙ୍ଗୀତ ଗବେଷକ, ବିଶେଷ କରି ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତର ଗବେଷକ ଭାବରେ ବେଶ ଆଦୃତ । ତାଙ୍କଦ୍ୱାରା ରଚିତ ୧୭ଖଣ୍ଡ ପୁସ୍ତକ ମଧ୍ୟରୁ ଅନେକ ପୁସ୍ତକ ପାଠ୍ୟପୁସ୍ତକ ଭାବରେ ମଧ୍ୟ ଆଦୃତ ହୋଇଛି । ସେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ମଧ୍ୟ ଶିକ୍ଷାଦାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ବହୁତ ଚିନ୍ତାରେ ଅଛି…ଏମିତି କିଛି ଶେଷ ଶବ୍ଦ ସହ ମୃତ୍ୟୁକୁ ବାଛିନେଲେ ବିଚାରପତି ଅମନ…

ନୂଆଦିଲ୍ଲୀ,୨ା୫: ଦକ୍ଷିଣ ଦିଲ୍ଲୀର ସଫଦରଜଙ୍ଗ ଅଞ୍ଚଳରେ ଜଣେ ୩୦ ବର୍ଷୀୟ ବିଚାରପତି ତାଙ୍କ ବାସଭବନରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଅମନ କୁମାର ଶର୍ମା ନାମକ ଉକ୍ତ…

ହରିଶଙ୍କର ବୈଶାଖ ମେଳାରେ ଶ୍ରଦ୍ଧାଳୁଙ୍କୁ ମିଳିଲା ଅନ୍ନସେବା

ବଲାଙ୍ଗୀର,୨।୫(ସୁନିଲ କୁମାର ମହାନ୍ତି): ଓଡ଼ିଶାର ପବିତ୍ର ତୀର୍ଥସ୍ଥଳୀ ହରିଶଙ୍କର ପୀଠରେ ବୈଶାଖମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଯୁବ କୁଲୁତା ସମାଜ ଖପ୍ରାଖୋଲ ଏବଂ ପଶ୍ଚିମ ଓଡ଼ିଶା…

୨ବାଇକ୍‌ ମୁହାଁ ମୁହିଁ ଧକ୍କା: ତଳେ ପଡିଥିବା ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ

ବଲାଙ୍ଗୀର,୨।୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ ରୋଡ଼ ବିଜାଖମନଠାରେ ଶନିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁଇ ମୋଟର ସାଇକେଲ ମୁହାଁ ମୁହିଁ ଧକ୍କା…

ରାଉରକେଲାରେ ୨ ନାବାଳିକାଙ୍କୁ ବଳାତ୍କାର

ରାଉରକେଲା,୨।୫(ସଙ୍ଗୀତା ଜେନା): ଇସ୍ପାତ ସହର ରାଉରକେଲାର ସେକ୍ଟର-୧୯ ଥାନା ଅଞ୍ଚଳରେ କୋଲ୍‌ ଡ୍ରିଙ୍କ୍‌ସ କିଣିବା ବାହାନାରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ…

ପ୍ରବାସୀ ଶ୍ରମିକ ଦମ୍ପତିଙ୍କ ପୁଅ ଏ-୧ ଗ୍ରେଡରେ ଉତ୍ତୀର୍ଣ୍ଣ, ଇଞ୍ଜିନିୟର ହେବା ସହ ସଫଳ…

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ) – ଶନିବାର ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଛି ।ଏଥିରେ ଜିଲାର ୪୬ଜଣ ଛାତ୍ରୀଛାତ୍ର ଏ-୧ ଗ୍ରେଡରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ଅର୍ଥାତ୍…

ଇଣ୍ଟରନାସନାଲ ବୁକ୍ସ ଅଫ ରେକର୍ଡସରେ ସ୍ଥାନ ପାଇଲେ ଅଢ଼େଇ ବର୍ଷର କନ୍ୟା ‘ଶ୍ରେୟାଶିଂ’: ୨୫ ସେକେଣ୍ଡରେ….

ସାକ୍ଷୀଗୋପାଳ,୨।୫(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନିଜର ବିଚକ୍ଷଣ ବୁଦ୍ଧି ଏବଂ ତତ୍କାଳ ସଠିକ ଉତ୍ତର ଦେଇଥିବା ଯୋଗୁ ଅଢ଼େଇ ବର୍ଷର ଶିଶୁକନ୍ୟା ଶ୍ରେୟାଶିଂ ପଣ୍ଡା ଇଣ୍ଟରନାସନାଲ ବୁକ୍ସ…

ବାଇକ୍‌ରେ ଯାଉଥିବା ବେଳେ ଉପରେ ପଡ଼ିଲା ତାଳ ଗଛ: ଚାଲିଗଲା ଯୁବକଙ୍କ ଜୀବନ,ଖବର ପାଇ ବିଷ ପିଇଦେଲେ ସ୍ତ୍ରୀ

ଯାଜପୁର,୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ବଡଚଣା ବଡ଼ବାଲିକିୁଦା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି।  ତାଳଗଛ…

ଦେବଗଡ଼ରେ ପାସହାର ୯୬.୨୬ ପ୍ରତିଶତ: ଅଲିଶା ହେଲେ ଜିଲା ଟପର

ଦେବଗଡ଼,୨।୫(ଶେଖର ଝାଙ୍କର): ଶନିବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। ଦେବଗଡ଼ ଜିଲାରେ ପାସ ହାର ୯୬.୨୬ ପ୍ରତିଶତ ରହିଛି। ଚଳିତ ବର୍ଷ ୮୬ଟି ହାଇସ୍କୁଲର ୪୦୫୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri