Posted inଖେଳ

ଗୋଟିଏ ଓଭରରେ ୫ ଛକା ମାରିଲେ କୋହଲିଙ୍କ ସାଥୀ ଖେଳାଳି

ଢାକା,୮।୮: ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଚମତ୍କାର ପ୍ରଦର୍ଶନ କରୁଥିବାବେଳେ ବାଂଲାଦେଶ ବିପକ୍ଷରେ ଖେଳୁଥିବା ଆରସିବି ସାଥୀ ଖେଳାଳି ଡାନିଏଲ ଖ୍ରୀଷ୍ଟିଆନ ମଧ୍ୟ ଚମତ୍କାର ବ୍ୟାଟିଂ କରୁଛନ୍ତି। ଚତୁର୍ଥ ଟି -୨୦ମ୍ୟାଚରେ ଅଷ୍ଟ୍ରେଲିଆ ଶେଷରେ ବାଂଲାଦେଶକୁ ପରାସ୍ତ କରିଛି। ଅଷ୍ଟ୍ରେଲୀୟ ଅଲରାଉଣ୍ଡର ଡାନ ଖ୍ରୀଷ୍ଟିଆନ ୧୫ ବଲରେ ୩୯ ରନ୍‌ର ଇନିଂସ ଖେଳିଥିଲେ। ଏହି ଇନିଂସ ଭିତରେ ସେ ଶାକିବ ଅଲ ହାସନଙ୍କ ଗୋଟିଏ ଓଭରରେ ପାଞ୍ଚ ଛକା ମାରିଥିଲେ। ଶାକିବଙ୍କ ଏହି ଓଭରରେ ମୋଟ ୩୦ ରନ ସ୍କୋର କରାଯାଇଥିଲା। ଅଷ୍ଟ୍ରେଲିଆ ପାଇଁ ଖ୍ରୀଷ୍ଟିଆନ ପ୍ରଥମ ବ୍ୟାଟ୍ସମ୍ୟାନ ହୋଇଛନ୍ତି ଓଭରରେ ୬ଟି ଛକା ମାରିଛନ୍ତି। କୌତୁହଳର ବିଷୟ, ଦିନିକିଆ, ଟି-୨୦ ଏବଂ ଆଇପିଏଲରେ ଖ୍ରୀଷ୍ଟିଆନଙ୍କ ସର୍ବୋତ୍ତମ ସ୍କୋର ମାତ୍ର ୩୯। ୩୮ ବର୍ଷୀୟ ଏହି ଅଲରାଉଣ୍ଡର ଆଇପିଏଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପାଇଁ ଖେଳନ୍ତି। ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜରେ ଏହା ଅଷ୍ଟ୍ରେଲିଆର ପ୍ରଥମ ବିଜୟ। ବାଂଲାଦେଶ ୩-୧ରେ ଆଗୁଆ ରହିଛି ଏବଂ ସିରିଜ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri