ଦର ବଢ଼ାଉଛି ‘ଦାନା’: କଳାବଜାର କରୁଥିବା ବେପାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଭୁବନେଶ୍ୱର, ୨୩।୧୦(ସୁନିତ୍‌ ମିଶ୍ର/ଅନିଲ ଦାସ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଘନୀଭୂତ ହୋଇ ବାତ୍ୟା ‘ଦାନା’ର ରୂପ ନେବ। ଏହା କ୍ରମଶଃ ବଳ ଗୋଟାଇ ୨୪ ତାରିଖ ସକାଳ ସୁଦ୍ଧା ଉଗ୍ରରୂପ ଧାରଣ କରିପାରେ। ବାତ୍ୟା କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଆକଳନ କରିଛି। ‘ଦାନା’ର ସର୍ବାଧିକ ପ୍ରଭାବ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀ ଜିଲାରେ ଦେଖିବାକୁ ମିଳିପାରେ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ଚଳାଇଛନ୍ତି। ତେବେ ସମ୍ଭାବ୍ୟ ବାତ୍ୟା ଯୋଗୁ ଓଡ଼ିଶା ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦରଦାମ ବଢ଼ିବାରେ ଲାଗିଛି, ଯାହାକୁ ନିୟନ୍ତ୍ରଣ କରିବା ସରକାରଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି। ବାତ୍ୟା ଭୟରେ ଆଳୁ, ପିଆଜ ଭଳି ସାମଗ୍ରୀ ବଜାରରୁ ଉଭାନ ହୋଇଗଲାଣି। ଲୋକେ ବ୍ୟାଗ୍‌ ଧରି ବଜାରକୁ ଯିବାବେଳେ ଅନେକ ସାମଗ୍ରୀ ନ ପାଇ ନିରାଶ ହୋଇ ଫେରୁଛନ୍ତି। ଆଉ କେତେକ ସାମଗ୍ରୀ ଚଢ଼ା ଦରରେ କିଣିବାକୁ ବାଧ୍ୟ ହେଉଛନ୍ତି।

ବାତ୍ୟା ଆସିବା ପୂର୍ବରୁ ଆଳୁ, ପିଆଜ, ତେଲ, ଡାଲି ଓ ପନିପରିବା ଦର ହୁହୁ ହୋଇ ବଢ଼ିଚାଲିଛି। ଏହି ସବୁ ସାମଗ୍ରୀ ଏବେ ବଜାରରେ ମିଳିବା କଷ୍ଟକର ହୋଇପଡ଼ିଲାଣି। ଗଣମାଧ୍ୟମରେ ବାତ୍ୟା ଖବର ଯେତିକି ଜୋର୍‌ରେ ପ୍ରସାରିତ ହେଉଛି, ସେହିକ୍ରମରେ ସାମଗ୍ରୀଗୁଡ଼ିକର କଳାବଜାର ଓ ଅଭାବ ଅନୁଭୂତ ହେଉଛି। ୨୪ ତାରିଖରେ ବାତ୍ୟା ଆସୁଛି ବୋଲି ଆକଳନ କରାଯିବା ଦିନଠାରୁ ହିଁ ସାମଗ୍ରୀଗୁଡ଼ିକର କୃତ୍ରିମ ଅଭାବ ଦେଖାଦେଇଛି। ବଜାରରେ ଏଭଳି ସ୍ଥିତି ସୃଷ୍ଟି ହୋଇସାରିବା ପରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ନେବାକୁ ଅଣ୍ଟାଭିଡ଼ିଛନ୍ତି। ହେଲେ ସୃଷ୍ଟି ହୋଇସାରିଥିବା ପରିସ୍ଥିତିକୁ କିପରି ନିୟନ୍ତ୍ରଣ କରାଯାଇପାରିବ ତାହା ଏବେ ଖାଉଟିଙ୍କ ପାଇଁ ବଡ଼ ଚିନ୍ତା ପାଲଟିଛି। ଏ ନେଇ ମଙ୍ଗଳବାର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବିଭିନ୍ନ ପ୍ରସଙ୍ଗରେ ସମୀକ୍ଷା କରିଛନ୍ତି। ରାଜ୍ୟ ଅତିଥି ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ବିଭାଗୀୟ ଅଧିକାରୀ ଏବଂ ବିଭିନ୍ନ ବ୍ୟବସାୟୀ ସଂଘର କର୍ମକର୍ତ୍ତାମାନଙ୍କ ସହ ସେ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦରବୃଦ୍ଧି ଓ ଏହା ଉପରେ ଲଗାମ ଲଗାଇବା ନେଇ ଆଲୋଚନା କରିଛନ୍ତି। ବିଭିନ୍ନ ସ୍ଥାନରେ ପନିପରିବା ଭଳି ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧି ରୋକିବା ପାଇଁ ମନ୍ତ୍ରୀ ବ୍ୟବସାୟୀ ସଂଘକୁ ପରାମର୍ଶ ଦେଇଛନ୍ତି। ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜନସାଧାରଣଙ୍କୁ ସହଯୋଗ କରିବାକୁ ବ୍ୟବସାୟୀ ସଂଘକୁ ଅନୁରୋଧ କରିଛନ୍ତି। ଅନାବଶ୍ୟକ ଭାବେ ଆବଶ୍ୟକତାଠାରୁ ଅଧିକ ଦାମ୍‌ରେ ସାମଗ୍ରୀ ବିକ୍ରୟ କରୁଥିବା ଅସାଧୁ ବ୍ୟକ୍ତି ଏବଂ କଳାବଜାର କରୁଥିବା ବେପାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ବୈଠକରେ ବ୍ୟବସାୟୀ ସଂଘର ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ ହୋଇ ମନ୍ତ୍ରୀ କହିଛନ୍ତି, ଏହାକୁ ଦୂରକରିବା ନିମନ୍ତେ ପଦକ୍ଷେପ ଗ୍ରହଣ କରାଯିବ। ଉଭୟ ବ୍ୟବସାୟୀ ଏବଂ ଖାଉଟିମାନଙ୍କ ସ୍ବାର୍ଥରକ୍ଷା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ପର୍ଯ୍ୟାୟକ୍ରମେ ବିଭିନ୍ନ ଦାବି ପୂରଣ କରାଯିବ। ଏହାବ୍ୟତୀତ ସମ୍ଭାବ୍ୟ ବାତ୍ୟାବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ବୃଦ୍ଧି ନେଇ ଖାଉଟିମାନଙ୍କ ବିଭିନ୍ନ ଅଭିଯୋଗକୁ ବିଚାରକୁ ନେଇ ଯୋଗାଣ ବିଭାଗ ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସହାୟକ ମଧୁସୂଦନ ବେହେରା, ନାଫେଡ୍‌ ଓଡ଼ିଶା ରାଜ୍ୟ ମୁଖ୍ୟ ଅନିନ୍ଦିତା ଗୁହା, ବିଭାଗୀୟ ଉପ ନିର୍ଦ୍ଦେଶକ ଦୀପକ ଶତପଥୀ, ଓଡ଼ିଶା ବ୍ୟବସାୟୀ ସଂଘ ମହାସଚିବ ସୁଧାକର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

ଲଘୁଚାପ ମଙ୍ଗଳବାର ଅବପାତ (ଡିପ୍ରେଶନ)ରେ ପରିଣତ ହୋଇଥିବାବେଳେ ବୁଧବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା(ଦାନା)ରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି। ବାତ୍ୟା ୨୪ ସକାଳ ସୁଦ୍ଧା ବଳ ଗୋଟାଇ ଉତ୍ତର ପଶ୍ଚିମ ଦିଗରେ ଗତିକରି ଆହୁରି ଉଗ୍ରରୂପ ଧାରଣ କରିବ। ଏହାର ପ୍ରଭାବରେ ବୁଧବାର ସା କିମ୍ବା ରାତିରୁ ପାଗରେ ପରିବର୍ତ୍ତନ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅବପାତ ପାରାଦୀପ ଉପକୂଳରୁ ୭୦୦ କିଲୋମିଟର ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି। ଘଣ୍ଟା ପ୍ରତି ୬ କିଲୋମିଟର ବେଗରେ ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି।
ବାତ୍ୟା ୨୪ ରାତି ଓ ୨୫ ସକାଳେ କେନ୍ଦ୍ରାପଡ଼ା କିମ୍ବା ଭଦ୍ରକ ଜିଲା ମଧ୍ୟ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବ ବୋଲି ଓ୍ବିଣ୍ଡ ଡଟ୍‌ କମ୍‌ ଓ ଅନ୍ୟ କେତେକ ଅନ୍ତର୍ଜାତୀୟ ପାଣିପାଗ ମଡେଲ ପୂର୍ବାନୁମାନ କରିଛନ୍ତି। ଅନ୍ୟପକ୍ଷରେ ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ବାତ୍ୟା ପୁରୀ ଏବଂ ସାଗର ଦ୍ୱୀପ ଦେଇ ସ୍ଥଳଭାଗ ଅତିକ୍ରମ କରିବ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ହେବ ବୋଲି ଆଳଳନ କରାଯାଇଛି। ବାତ୍ୟା ବେଳେ ବଡ଼ ବଡ଼ ଢେଉ ଉଠିବା ସହ ସମୁଦ୍ର ଅଶାନ୍ତ ରହିବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି। ଏଥିସହିତ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ବାତ୍ୟାରେ କଚ୍ଚାଘର, ଗଛ ଭାଙ୍ଗିବା ସହ ଧାନ ଫସଲ ଓ ପନିପରିବା ଚାଷ ପ୍ରଭାବିତ ହେବା ସମ୍ଭାବନା ରହିଛି। ବାତ୍ୟା ପ୍ରଭାବରେ ବୁଧବାରଠାରୁ ଭଦ୍ରକ, ବାଲେଶ୍ୱର, ଜଗତ୍‌ସିଂହପୁର. କେନ୍ଦ୍ରାପଡ଼ା, ଯାଜପୁର, ପୁରୀ, ଗଞ୍ଜାମ, ଖୋର୍ଦ୍ଧା ଜିଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ସମ୍ଭାବନା ରହିଛି।

୨୪ ତାରିଖରେ ମୟୂରଭଞ୍ଜ, କଟକ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲାଗୁଡ଼ିକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଏହାଛଡା ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ ଜିଲାରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହିସବୁ ଜିଲା ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, ଗଜପତି ଜିଲାର କେତେକ ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବା ସମ୍ଭାବନା ରହିଛି। ସେହିସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।

ସେହିପରି ୨୫ ତାରିଖରେ ବାତ୍ୟା ପ୍ରଭାବରେ କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର ଜିଲାର କେତେକ ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ଦେଓଗଡ଼ ଓ ସୁନ୍ଦରଗଡ଼ ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସମସ୍ତ ଡାକ୍ତରଙ୍କ ଛୁଟିକୁ ସରକାର ବାତିଲ କରିବା ସହ ହସ୍ପିଟାଲଗୁଡ଼ିକରେ ଝାଡ଼ାବାନ୍ତି ଏବଂ ସାପକାମୁଡ଼ା ଔଷଧ ମହଜୁତ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ଏହି ୩ ଦିନ ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଥିବାବେଳେ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବା ପାଇଁ ମଙ୍ଗଳବାର ନିର୍ଦ୍ଦେଶ ଦିଆଯାଇଛି। ପୂର୍ବ ଭାରତରେ ପ୍ରାୟ ୨୦୦ ଟ୍ରେନ୍‌ ଚଳାଚଳ ବାତିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri