ଦାନାର ପ୍ରକୋପ: ବୁଡିଗଲା ପଞ୍ଚଲିଙ୍ଗେଶ୍ୱର, ମନ୍ଦିର ଭିତରେ ପଶିଲା ପାଣି…

ନୀଳଗିରି ୨୫।୧୦: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ଦାନା’ ଓଡ଼ିଶା ଉପକୂଳରେ ମାଡ ହୋଇଛି। ପାଣିପାଗ ବିଭାଗର ଆକଳନ ଅନୁସାରେ ବାତ୍ୟା ‘ଦାନା’ କେନ୍ଦ୍ରାପଡା ଜିଲାର ଭିତରକନିକା ଓ ଭଦ୍ରକ ଜିଲାର ଧାମରା ମଧ୍ୟରେ ଏହା ଲ୍ୟାଣ୍ଡଫଲ କରିଛି । ବାତ୍ୟା ରାଜନଗରର ହବେଳୀଖଟିରେ ସ୍ଥଳଭାଗ ଛୁଇଁଛି । ଏହା ଫଳରେ କିଛି ସ୍ଥାନରେ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୧୦ କି.ମି. ରହିଥିଲା । ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ବେଳେ କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି ।

ବାତ୍ୟା ‘ଦାନା’ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଥିବା ବେଳେ ବାଲେଶ୍ବର ଜିଲାରେ ମଧ୍ୟ ତୁହାକୁ ତୁହା ବର୍ଷା ଲାଗି ରହିଛି । ଦେବଗିରି ପାହାଡ଼ରେ ମଧ୍ୟ ପ୍ରବଳ ବର୍ଷା ହେଉଛି । ଏଥିଯୋଗୁ ଝରଣାରେ ପାଣି ମାଡି ଆସିବାରୁ ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ପଞ୍ଚଲିଙ୍ଗେଶ୍ୱର ବୁଡିଯାଇଛି । ଫଳରେ ୩ ଦିନ ପାଇଁ ଶୈବପୀଠ ବନ୍ଦ ହୋଇଛି । ଏ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…

ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…

ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି

ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri