ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା ମିଳିଛି। ଏହି ସମୟରେ ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ ବେହେରା, ମନ୍ଦିର ପରିଚାଳନା କମିଟି କର୍ମକର୍ତ୍ତା, ଜିଲା ପ୍ରଶାସନ, ପୋଲିସ ଓ ସେବାୟତମାନେ ଉପସ୍ଥିତ ଥିଲେ। ଏହି ସମୟରେ ଚୋରଙ୍କ ଏକ କାରାନାମା ପଦାକୁ ଆସିଛି। ପାହାଡ ତଳେ ଥିବା ସିଂହଦ୍ବାର ହୁଣ୍ଡି ମଧ୍ୟରୁ ଭକ୍ତଙ୍କ ଦାନ ନୋଟକୁ ଦୁବୃର୍ତ୍ତମାନେ ବାହାର କରିବା ଲାଗି କାଠିରେ ଚୁଇଁଗମ ଲଗାଇ ଦାନହୁଣ୍ଡି ଭିତରକୁ ପକାଇ ଟଙ୍କା ଲୁଟି ଦେନବାକୁ ଯୋଜନା କରିଥିଲେ। ସେଥିରେ ସେମାନେ ଫେଲ ମାରିଛନ୍ତି। ସେମାନେ ପକାଇଥିବା ଚୁଇଁଗମ୍‌ ଦାନହୁଣ୍ଡି ମଧ୍ୟରେ ଖସି ରହିଯାଇଥିଲା। ହୁଣ୍ଡି ଗଣତି ସମୟରେ ମାଜିଷ୍ଟ୍ରେଟ ଦାୟିତ୍ୱରେ କେ.ଦେବାଶିଷ ପାତ୍ର, ପୁରୁଷୋତ୍ତମପୁର ଏସ୍‌ଆଇ କିରଣ ବକ୍ସି, ସେବାୟତ ବାପୁଜୀ ରଣା, ପୋଲିସ କର୍ମଚାରୀ ଓ ତହସିଲ କର୍ମକାରୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାମନ୍ଦିରର ବାର୍ଷିକୋତ୍ସବ: ଯୋଗଦେଲେ ଏନ୍‌ଏସି ଅଧ୍ୟକ୍ଷ

ଦିଗପହଣ୍ଡି,୨୦।୩(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହିସ୍ଥିତ ସ୍ବାମୀ ଚେତନାନନ୍ଦ ସାରସ୍ବତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ…

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri