Posted inଖେଳ

ବୋଲିଂ ପାଇଁ ଦନଞ୍ଜୟଙ୍କୁ ଅନୁମତି

ଦୁବାଇ, ୯ା୧ (ପି.ଟି.)-ଶ୍ରୀଲଙ୍କା ସ୍ପିନର ଆକିଲା ଦନଞ୍ଜୟଙ୍କ ବୋଲିଂ ଆକ୍ସନରେ ସୁଧାର ଆସିଛି। ସେ ପୁଣି ଅନ୍ତର୍ଜାତୀୟ କ୍ରିକେଟରେ ବୋଲିଂ କରିପାରିବେ ବୋଲି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଶୁକ୍ରବାର କହିଛି। ୨୦୧୯ ଅଗଷ୍ଟ ୧୪ରୁ ୧୮ ପର୍ଯ୍ୟନ୍ତ ଗାଲେଠାରେ ଅନୁଷ୍ଠିତ ନ୍ୟୁଜିଲାଣ୍ଡ ବିପକ୍ଷ ଏକ ଟେଷ୍ଟ ମ୍ୟାଚରେ ଦନଞ୍ଜୟଙ୍କ ବୋଲିଂ ଆକ୍ସନକୁ ନେଇ ରିପୋର୍ଟ ହୋଇଥିଲା। ଏଥିପାଇଁ ତାଙ୍କୁ ସେପ୍ଟେମ୍ବରରୁ ଏକବର୍ଷ ସସ୍‌ପେଣ୍ଡ କରାଯାଇଥିଲା। ନିୟମାନୁସାରେ ଶ୍ରୀଲଙ୍କା ବୋଲର ତାଙ୍କ ବୋଲିଂ ଆକ୍ସନରେ ସୁଧାର ଆଣିବା ପରେ ଆଇସିସିର ଏକ ସ୍ବୀକୃତିପ୍ରାପ୍ତ ସେଣ୍ଟରରେ ତାହାର ମୂଲ୍ୟାୟନ ହୋଇଥାନ୍ତା। ମାତ୍ର କୋଭିଡ୍‌ କଟକଣା ଯୋଗୁ ତାହା ସମ୍ଭବ ହୋଇ ନ ଥିଲା। ଫଳତଃ ଶ୍ରୀଲଙ୍କା କ୍ରିକେଟ ଦ୍ୱାରା ଦନଞ୍ଜୟଙ୍କର ପ୍ରସ୍ତୁତ କରାଯାଇଥିବା ଏକ ଭିଡିଓ ଫୁଟେଜ୍‌ ଆଇସିସିକୁ ଯୋଗାଇ ଦିଆଯାଇଥିଲା। ୨୭ ବର୍ଷୀୟ ଦନଞ୍ଜୟ ଇତିମଧ୍ୟରେ ଶ୍ରୀଲଙ୍କା ତରଫରୁ ୬ ଟେଷ୍ଟ, ୩୬ ଅନ୍ତର୍ଜାତୀୟ ଦିନିକିଆ ଓ ୨୨ଅନ୍ତର୍ଜାତୀୟ ଟି୨୦ ଖେଳି ମୋଟ ୧୦୬ ଉଇକେଟ ଅକ୍ତିଆର କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri