Posted inଫୁରସତ

ନୃତ୍ୟ ଦେଇଛି ପରିଚୟ

ପିଲାଟି ଦିନରୁ ତାଙ୍କର ନୃତ୍ୟ କ୍ଷେତ୍ରରେ ବେଶ୍‌ ରୁଚି। ଯେଉଁଥିପାଇଁ ସେ ନିଜ ଜିଲା ସମେତ ରାଜ୍ୟ ଓ ଜାତୀୟ ସ୍ତରରେ ସଫଳତା ହାସଲ କରି ଜଣେ ନୃତ୍ୟଶିଳ୍ପୀ ଭାବେ ନିଜର ଏକ ପରିଚୟ ସୃଷ୍ଟି କରିପାରିଛନ୍ତି। ସେ ହେଉଛି ବ୍ରହ୍ମପୁର ସହରର ବଡ଼ଖେମୁଣ୍ଡି ସାହିରେ ରହୁଥିବା ନମିତା ରାଣୀ ଏବଂ ନିରଞ୍ଜନ ପାତ୍ରଙ୍କ ଝିଅ ତନିଶା। ବର୍ତ୍ତମାନ ଦଶମ ଶ୍ରେଣୀର ଛାତ୍ରୀ। ମାତ୍ର ୨ୟ ଶ୍ରେଣୀରେ ପଢୁଥିବା ବେଳେ ନୃତ୍ୟ ଶିକ୍ଷା ଆରମ୍ଭ କରିଥିଲେ। ଏଥିରେ ତାଙ୍କ ମା’ ପ୍ରେରଣା ଦେଇଥିଲେ। ବୟସ ବଢିବା ସହ ନୃତ୍ୟ ସାଙ୍ଗକୁ ସେ ମଡେଲିଂରେ ମଧ୍ୟ ସଫଳତା ହାସଲ କରିବାରେ ଲାଗିଲେ। ନିକଟରେ ଏକ ଘରୋଇ ଟିଭି ଚ୍ୟାନେଲରେ ପ୍ରସାରିତ ହୋଇଥିବା ରିଆଲିଟି ଶୋ’ରେ ସେ ୨ୟ ରନର୍ସ ଅପ୍‌ ରହିଛନ୍ତି। ଏଥିସହ ତନିଶା ରାଜ୍ୟସ୍ତରୀୟ ଓଡ଼ିଶୀ ନୃତ୍ୟ ପ୍ରତିଯୋଗିତାରେ ଭାଗ ନେଇ ସଫଳ ହୋଇଛନ୍ତି। ସେ ମଡେଲିଂରେ ସିଲ୍କ ସିଟି ୨୦୨୧ ପ୍ରତିଯୋଗିତାରେ ଭାଗ ନେଇ ମିସ୍‌ ଫ୍ୟାଶନ ଆଇକନ୍‌ ଭାବେ ବିଜୟୀ ହୋଇଛନ୍ତି। ଏଥିସହ ଜାତୀୟ ସ୍ତରୀୟ ପ୍ରତିଯୋଗିତା ‘ଜଜୱା ସାହସ କି’ରେ ୩ୟ ସ୍ଥାନ, ୨୦୨୧ ମସିହାରେ ନୃତ୍ୟ ପ୍ରତିଯୋଗିତାରେ ୨ୟ ରନର୍ସ ଅପ, ୨୦୨୧ ମସିହା ବ୍ଲକସ୍ତରୀୟ ନୃତ୍ୟ ପ୍ରତିଯୋଗିତାରେ ୨ୟ, ୨୦୧୯ ମସିହା ଜିଲାସ୍ତରୀୟ ପ୍ରତିଯୋଗିତାରେ ଶ୍ରେଷ୍ଠ ନୃତ୍ୟ ଶିଳ୍ପୀ ଆୱାର୍ଡ, ୨୦୧୯ ମସିହା ଗୋପାଳପୁର ବେଳାଭୂମି ମହୋତ୍ସବରେ ଶ୍ରେଷ୍ଠ ନୃତ୍ୟ ଶିଳ୍ପୀ ଆୱାର୍ଡ, ୨୦୨୧ ମସିହାରେ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଆୟୋଜିତ ନୃତ୍ୟ ପ୍ରତିଯୋଗିତାରେ ଶ୍ରେଷ୍ଠ ନୃତ୍ୟ ଶିଳ୍ପୀ ଓ ୨୦୧୮ ମସିହା ପୁସ୍ତକ ମେଳାରେ ଶ୍ରେଷ୍ଠ ନୃତ୍ୟ ଶିଳ୍ପୀ ଆୱାର୍ଡ ହାସଲ କରିଛନ୍ତି। କେବଳ ଏତିକି ନୁହେଁ ସେ ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ନୃତ୍ୟ ପ୍ରଦର୍ଶନ କରି ପୁରସ୍କୃତ ଓ ପ୍ରଶଂସିତ ହୋଇଛନ୍ତି। ତେବେ ନିଜ ସଫଳତାର ଶ୍ରେୟ ଅଭିଭାବକଙ୍କୁ ଦେଉଥିବା ତନିଶା ଭବିଷ୍ୟତରେ ଜଣେ ଅନ୍ତର୍ଜାତୀୟ ନୃତ୍ୟଶିଳ୍ପୀ ହେବାକୁ ଲକ୍ଷ୍ୟ ରଖିଛନ୍ତି।
-ସ୍ମୃତି ରଞ୍ଜନ ମହାଲିକ୍‌


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲା ଇସ୍ରାଏଲ, ନେତାନ୍ୟାହୁ କରିବେ ଏମିତି କାମ, ଇରାନ କାବା

ନୂଆଦିଲ୍ଲୀ,୧।୪: ଇରାନ ବିରୁଦ୍ଧରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ନୂତନ ଏବଂ ପ୍ରମୁଖ ରଣନୈତିକ ପଦକ୍ଷେପର ସଙ୍କେତ ଦେଇଛନ୍ତି। ନେତାନ୍ୟାହୁ କହିଛନ୍ତି…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri