କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ନେଇ ପରିବାର ପକ୍ଷରୁ ମଙ୍ଗଳବାର ରାତିରେ ଥାନାରେ ଅଭିଯୋଗ ହୋଇଥିଲା । ଏହି ଘଟଣାକୁ ନେଇ ସ୍ଥାନୀୟ ଅଂଚଳରେ ଚାପା ଉତେଜନା ଦେଖାଯିବା ସହ ଅଭିଯୁକ୍ତ ଶିକ୍ଷକଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକଙ୍କୁ ଅଟକ ରଖିଥିଲେ । ଅଭିଯୋଗ ପାଇବା ଥାନା ଅଧିକାରୀ ବିମଳ ପ୍ରସାଦ ମଲିକ ଘଟଣା ସ୍ଥଳରେ ପହଂଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ଅଭିଯୁକ୍ତ ଶିକ୍ଷକ ନିରାକାର ମହାରଣାକୁ ଗିରଫ କରିଥିଲେ । ଏ ନେଇ ଥାନାରେ କେଶ୍‌ ନଂ 323/26ରେ ଏକ ମାମଲା ରୁଜ୍ଜୁ କରାଯିବା ସହ ବିଏନ୍‌ଏସ୍‌ ଦଫା 127 (2), 115(2), 74/76/351 ସହ ପୋକ୍ସୋ ଅାକ୍ଟ 10/12 ସହ 3 ଆକ୍ରୋସିଟ୍‌ ରେ ବୁଧବାର କୋର୍ଟ ଚାଲାଣ କରାଯାଇଛି ।

ଏଥିସହିତ ଅଭିଯୁକ୍ତ ଓ ପିଡ଼ିତା ଉଭୟଙ୍କର ଡାକ୍ତରୀମାଇନା କରାଯିବା ମାଜିଷ୍ଟ୍ରେଟ୍‌ଙ୍କ ସମ୍ମୁଖରେ ପୀଡ଼ିତାଙ୍କ ବୟାନ ରେକର୍ଡ଼ କରାଯାଇଛି । ପରେ ଜିଲ୍ଳା ଶିଶୁ ସୁରକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ପୀଡ଼ିତାଙ୍କୁ ହାଜର କରାଯାଇଥିବା ଥାନା ସୁତ୍ରରୁ ପ୍ରକାଶ ପାଇଛି । ଏହି ଘଟଣାରେ ବ୍ଲକ ସମେତ ସମଗ୍ର ଜିଲାର ଅଭିଭାବକ ଓ ବୁଦ୍ଧିଜୀବୀଙ୍କ ମହଲରେ ଗଭୀର ଆଲୋଡ଼ନ ସୃଷ୍ଟି କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର

କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?